Posted inଖେଳ

ପୁରୀରେ ବୁଲିଲା ଖଣ୍ଡା: ୨ ଯୁବକଙ୍କୁ ଖଣ୍ଡାରେ ହାଣି ଆତଙ୍କ ସୃଷ୍ଟି କଲେ ଦୁର୍ବୃତ୍ତ

ପୁରୀ,୧୩।୨ (ଅଜିତ୍‌ କୁମାର ମହାନ୍ତି): ପୁଣି ପୁରୀରେ ବୁଲିଲା ଖଣ୍ଡା। ସାମାନ୍ୟ କଥାକୁ କେନ୍ଦ୍ରକରି ଦୁଇଜଣ ଯୁବକଙ୍କୁ ଖଣ୍ଡାରେ ହାଣି ଆତଙ୍କ ସୃଷ୍ଟି କଲେ ଦୁର୍ବୃତ୍ତ। ପୁରୀ ମାଟିଆପଡା ଛକରେ ଏଭଳି ଘଟଣା ଘଟିଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛି। ଆକ୍ରମଣର ଶିକାର ହୋଇଥିବା ଦୁଇ ଯୁବକ ହେଉଛନ୍ତି ରାକେଶ କୁମାର ବାରିକ ଏବଂ ରଣଜିତ ଗୋଛାୟତ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ରାକେଶର ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି। ରାକେଶର ଅବସ୍ଥା ଗୁରୁତର ହେବାରୁ ତାକୁ କଟକ ସ୍ଥାନାନ୍ତର କରାଯାଇଛି। ସେହିପରି ରଣଜିତଙ୍କ ପିଠି ଓ କାନ୍ଧରେ ଆଘାତ ଲାଗିଥିବା ବେଳେ ତାକୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ କୁମ୍ଭାରପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ଓ ହସ୍ପିଟାଲ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାକେଶ ଓ ରଣଜିତ ସନ୍ଧ୍ୟା ସମୟରେ ମାଟିଆପଡା ଛକ ନିକଟ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀଠାରେ ବସିଥିଲେ। ଷ୍ଟେଶନ ବଜାର ନିକଟ ବାଲି ଉପର ବସ୍ତିର ଯୁବକଙ୍କ ସହ ଉଭୟଙ୍କ ମଧ୍ୟରେ ସେଠାରେ କୌଣସି କାରଣକୁ ନେଇ ପ୍ରଥମେ କଥା କଟାକଟି ପରେ ରାକେଶ ଓ ରଣଜିତଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଥିଲେ ବୋଲି ଅଭିଯୋଗ ହୋଇଛି। ଘଟଣାକୁ ନେଇ ତଦନ୍ତ ଜାରି ରଖିଛି ପୁରୀ କୁମ୍ଭାରପଡ଼ା ଥାନା ପୋଲିସ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?