Posted inଖେଳ

ଶୁବମନ ଗିଲ୍‌ଙ୍କ ଉପରେ ଝୁଲୁଛି ଖଣ୍ଡା: ଦଳରୁ ପଡିପାରନ୍ତି ବାଦ୍‌

କେପଟାଉନ୍‌,୩।୧: ଭାରତୀୟ କ୍ରିକେଟର୍‌ ଶୁବମନ ଗିଲ ଶେଷ ୭ଟି ଟେଷ୍ଟ ଇନିଂସରେ ଅର୍ଦ୍ଧଶତକ ହାସଲ କରିନାହାଁନ୍ତି। ବିଶେଷକରି ଭାରତ ବାହାରେ ଗିଲ ଟେଷ୍ଟରେ ଆଶା ମୁତାବକ ପ୍ରଦର୍ଶନ କରିନାହାଁନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଗିଲ ସମ୍ପୂର୍ଣ୍ଣ ଫ୍ଲପ ଦେଖାଯାଉଥିଲେ। ସେଞ୍ଚୁରିଅନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଗିଲ ପ୍ରଥମ ଇନିଂସରେ ମାତ୍ର ୨ରନ ଏବଂ ଦ୍ୱିତୀୟରେ ୨୬ ରନ ସ୍କୋର କରିପାରନ୍ତି। ଏହି ଖରାପ ଆକଳନ ଗିଲଙ୍କ କ୍ୟାରିଅରକୁ ନଷ୍ଟ କରିପାରେ। ଭାରତୀୟ ଦଳର ପୂର୍ବତନ ଚୟନକର୍ତ୍ତା ଶରଣଦୀପ ସିଂ ମଧ୍ୟ ଗିଲଙ୍କ ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି।
ପୂର୍ବତନ ଭାରତୀୟ ଚୟନକର୍ତ୍ତା ବିଶ୍ୱାସ କରନ୍ତି ଯେ, ଯଦି ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଗିଲ ଭଲ ପ୍ରଦର୍ଶନ ନ କରନ୍ତି, ତେବେ ତାଙ୍କ ପାଇଁ ଟିମ ଇଣ୍ଡିଆରେ ରହିବା କଷ୍ଟସାଧ୍ୟ ହେବ। ଶରଣଦୀପ ସିଂ କହିଛନ୍ତି, ଯଦି ଗିଲ ଅନ୍ତିମ ଟେଷ୍ଟରେ ଭଲ ପ୍ରଦର୍ଶନ ନ କରନ୍ତି ତେବେ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ଭାରତର ଏକାଦଶ ଖେଳିବା ତାଙ୍କ ପାଇଁ କଷ୍ଟକର ହେବ।
ଗତ ସାତୋଟି ଟେଷ୍ଟ ଇନିଂସରେ ଶୁବମନ ଗିଲ ମାତ୍ର ୧୦୪ ରନ ସଂଗ୍ରହ କରିଛନ୍ତି, ଏଥିରେ ଗୋଟିଏ ଅର୍ଦ୍ଧଶତକ ମଧ୍ୟ ସ୍କୋର କରାଯାଇ ନାହିଁ। ଗତ କିଛି ଟେଷ୍ଟ ପାଇଁ ଗିଲ ଓପନିଂ ସ୍ଥିତିରେ ତିନି ନମ୍ବରରେ ବ୍ୟାଟିଂ କରୁଛନ୍ତି। ଟେଷ୍ଟରେ ଅଧିନାୟକ ରୋହିତ ଶର୍ମା ଓପନିଂ ୟଶସ୍ବୀ ଜୟସ୍ବାଲଙ୍କ ସହ ନଜର ଆସିଛନ୍ତି। ଏଭଳି ପରିସ୍ଥିତିରେ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଗିଲ କ’ଣ କରିପାରିବେ ତାହା ଦେଖିବାକୁ କୌତୁହଳପ୍ରଦ ହେବ।
ଗିଲ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ୧୯ଟି ଟେଷ୍ଟ ଖେଳିଛନ୍ତି, ଏଥିରେ ସେ ହାରାହାରି ୩୧.୦୬ରେ ୩୫ ଇନିଂସରେ ୯୯୪ ରନ ସଂଗ୍ରହ କରିଛନ୍ତି। ଏହି ଅବଧି ମଧ୍ୟରେ ସେ ୨ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଥିରେ ତାଙ୍କର ଉଚ୍ଚ ସ୍କୋର ୧୨୮ ରନ ହୋଇଛି।
ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ଏକ ଇନିଂସ ଏବଂ ୩୨ ରନରେ ପରାସ୍ତ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?