Posted inଜାତୀୟ

ସିଙ୍ଘୁରେ ଖଣ୍ଡା ବୁଲିଲା

ନୂଆଦିଲ୍ଲୀ,୩୦ା୧(ପି.ଟି.): ଦିଲ୍ଲୀ-ହରିୟାଣାର ସିଙ୍ଘୁସୀମାରେ ୨ ମାସ ଧରି ଆନ୍ଦୋଳନରତ ଚାଷୀଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି ସ୍ଥାନୀୟ ଲୋକେ। ଶୁକ୍ରବାର ଉକ୍ତ ସୀମାର କଲୋନୀଗୁଡ଼ିକରେ ରହୁଥିବା ପ୍ରାୟ ୨୦୦ ଲୋକ ସେମାନଙ୍କୁ ଆନ୍ଦୋଳନ ସ୍ଥଳ ଖାଲି କରିବାକୁ କହିଥିଲେ। ଫଳରେ ସିଙ୍ଘୁବାସୀ ଓ ଚାଷୀ ମୁହଁାମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ପରସ୍ପରକୁ ଠେଙ୍ଗା ଓ ଟେକାମାଡ଼ କରାଯାଇଥିଲା। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ ସହ ଲାଠିଚାର୍ଜ କରିଥିଲା। କିଛି ସମୟ ପାଇଁ ସମ୍ପୃକ୍ତ ଅଞ୍ଚଳ ରଣକ୍ଷେତ୍ର ପାଲଟିଯାଇଥିଲା। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଅନେକେ ଆହତ ହୋଇଛନ୍ତି। ସେଠାରେ ଦିଲ୍ଲୀ ପୋଲିସର ଅନେକ କର୍ମଚାରୀ ମୁତୟନ ଥିବାବେଳେ ଆଲିପୁର ଏସ୍‌ଏଚ୍‌ଓ ପ୍ରଦୀପ ପଲିଓ୍ବାଲଙ୍କୁ ଜଣେ ବ୍ୟକ୍ତି ଖଣ୍ଡାରେ ଆକ୍ରମଣ କରିଥିଲେ। ୨ ପୋଲିସ କର୍ମଚାରୀ ଆହତ ହେବା ପରେ ସୁରକ୍ଷା କର୍ମୀମାନେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ମାଡ଼ମାରି କାବୁ କରିନେଇଥିଲେ। ଏହି ମାମଲାରେ ପୋଲିସ ୪୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି ବେଳେ ଲାଲକିଲ୍ଲାରେ ଜାତୀୟ ପତାକାକୁ ଅସମ୍ମାନ କରିଥିବାରୁ କୃଷକମାନେ ଆନ୍ଦୋଳନସ୍ଥଳ ଛାଡ଼ି ଚାଲିଯାଆନ୍ତୁ ବୋଲି ସିଙ୍ଘୁବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri