ଆଜି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡ଼ିଆ ଝିଅ: ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ଏମ୍‌ପି; ବିଧାୟକ

ଭୁବନେଶ୍ବର, ୨୫ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କର ବିଜୟ ପରେ ସାରା ଦେଶରେ ଖୁସିର ମାହୋଲ ଦେଖିବାକୁ ମିଳିଥିବା ବେଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ପାଳନ କରାଯାଇଥିବା ଦେଖିବାକୁ ମିଳିଛି। ଭାଜପା ପକ୍ଷରୁ ମଧ୍ୟ ଅନେକ ସ୍ଥାନରେ ବର୍ତ୍ତମାନ ସୁଦ୍ଧା ବିଜୟ ଉତ୍ସବ ପାଳନ ଚାଲିଛି। ସୋମବାର ମୁର୍ମୁଙ୍କ ଶପଥ ଉତ୍ସବ କାର୍ଯ୍ୟକ୍ରମ ଥିବାବେଳେ ଓଡ଼ିଶାରୁ ନେତା, ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ଯେଉଁମାନଙ୍କୁ ନିମନ୍ତ୍ରଣ ପତ୍ର ମିଳିଛି ସମସ୍ତେ ଦିଲ୍ଲୀ ଗସ୍ତ କରିସାରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନୂଆଦିଲ୍ଲୀ ଯାଇଛନ୍ତି। ସେହିପରି ରାଜ୍ୟପାଳ ଗଣେଶୀ ଲାଲ୍‌ ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ଅନ୍ୟପଟେ ନବୀନ ରବିବାର ନିଜ ଏମ୍‌ପିମାନଙ୍କ ସହିତ ଯାଇ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନା ମୁତାବକ ନବୀନଙ୍କ ସମେତ ସମସ୍ତ ଏମ୍‌ପିଙ୍କୁ ଶପଥ ଉତ୍ସବରେ ସାମିଲ ହେବା ଲାଗି ନିମନ୍ତ୍ରଣ ପତ୍ର ମିଳିଥିବା ରାଜ୍ୟ ସଭା ଏମ୍‌ପି ସୁଲତା ଦେଓ କହିଛନ୍ତି। ସେହିପରି ଭାଜପାର ମଧ୍ୟ ସମସ୍ତ ଏମ୍‌ପିଙ୍କ ସମେତ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀ, ମୟୂରଭଞ୍ଜର ୬ଜଣ ଭାଜପା ବିଧାୟକ ଉପସ୍ଥିତ ରହିବେ। ତେବେ ରାଷ୍ଟ୍ରପତିଙ୍କ ଶପଥ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ମୟୂରଭଞ୍ଜ ଜିଲାର ଆହୁରି କିଛି ଲୋକଙ୍କୁ ନିମନ୍ତ୍ରଣ ମିଳିଛି। ସେମାନଙ୍କ ମଧ୍ୟରେ ମୁର୍ମୁଙ୍କ ଜଣେ ବନ୍ଧୁ ଏବଂ ସମ୍ପର୍କୀୟ ରହିଛନ୍ତି। ଅନ୍ୟ କେତେଜଣ ନିମନ୍ତ୍ରଣ ନ ପାଇବା ସତ୍ତ୍ୱେ ଦିଲ୍ଲୀଠାରେ ଡେରା ପକାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri