ସିଡ୍‌ନୀର ହାରିସ୍‌ ପାର୍କ ଏବେ ‘ଲିଟିଲ୍‌ ଇଣ୍ଡିଆ’

ସିଡନୀ,୨୪ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ଆଣ୍ଟୋନି ଆଲବାନିଜ୍‌ ମଙ୍ଗଳବାର ସିଡନୀରେ ଦୁଇ ଦେଶର ବନ୍ଧୁତ୍ୱର ନିଦର୍ଶନ ସ୍ବରୂପ ‘ଲିଟିଲ୍‌ ଇଣ୍ଡିଆ’ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଭାରତୀୟ ବଂଶୋଦ୍ଭବ ବହୁଳ ହ୍ୟାରିସ୍‌ ପାର୍କରେ ଉଭୟ ଦୀପାବଳି ଓ ଅଷ୍ଟ୍ରେଲିଆ ଦିବସ ପାଳନ କରାଯାଏ। କୁଡୋସ୍‌ ବ୍ୟାଙ୍କ ଆରେନାଠାରେ ଆଲବାନିଜ୍‌ଙ୍କ ସହ ଏକ ମେଗା ଇଭେଣ୍ଟକୁ ସମ୍ବୋଧିତ କରି ମୋଦି କହିଛନ୍ତି, ପାରସ୍ପରିକ ଆସ୍ଥା ଓ ସମ୍ମାନ ଭାରତ-ଅଷ୍ଟ୍ରେଲିଆ ସମ୍ପର୍କର ସବୁଠୁ ଶକ୍ତିଶାଳୀ ଓ ବୃହତ୍‌ ମୂଳଦୁଆ। ହାରିସ୍‌ ପାର୍କ ଗେଟ୍‌ଓ୍ବେ ଦୁଇ ଦେଶର ସମ୍ପର୍କ, ଯାହାକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରହିଥିବା ବନ୍ଧୁତ୍ୱର ପ୍ରତୀକ। ଏହି ଅବସରରେ ସେ ଅଷ୍ଟ୍ରେଲିଆର ନିର୍ମାଣରେ ଭାରତୀୟଙ୍କ ଅବଦାନକୁ ପ୍ରଶଂସା କରିଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରଣନୈତିକ ସହଯୋଗିତା ବୃଦ୍ଧି ପାଇବାରେ ଲାଗିଛି। ୫ ବର୍ଷ ମଧ୍ୟରେ ବାଣିଜି୍ୟକ କାରବାର ମଧ୍ୟ ଦୁଇଗୁଣାରୁ ଅଧିକ ହେବାକୁ ଯାଉଛି। ଏଥିପାଇଁ ଆମେ ଏକ ବିସ୍ତୃତ ଆର୍ଥିକ ସହଯୋଗ ଏବଂ ବାଣିଜ୍ୟ କାରବାର ଉପରେ କାର୍ଯ୍ୟ କରୁଛୁ ବୋଲି ମୋଦି କହିଥିଲେ। ଏହି ଅବସରରେ ଆଲବାନିଜ୍‌ ମଧ୍ୟ ଭାରତୀୟ ବଂଶୋଦ୍ଭବମାନଙ୍କୁ ସମ୍ବୋଧିତ କରି ଧନ୍ୟବାଦ ଦେଇଥିଲେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁଇ ଦେଶର ସମ୍ପର୍କକୁ ଆହୁରି ମଜଭୁତ କରାଯାଉ ବୋଲି ସେ କହିଥିଲେ। ସେହିପରି ବ୍ରିସ୍‌ବେନ୍‌ରେ ଭାରତୀୟ ବଂଶୋଦ୍ଭବଙ୍କ ଦାବି ଅନୁସାରେ ନୂଆଦିଲ୍ଲୀ ପକ୍ଷରୁ ଏକ କନ୍‌ସୁଲେଟ ଖୋଲାଯିବ ବୋଲି ମୋଦି ସୂଚନା ଦେଇଛନ୍ତି। ସିଡନୀ, ମେଲବୋର୍ନ ଓ ପର୍ଥରେ ପୂର୍ବରୁ ଭାରତୀୟ କନ୍‌ସୁଲେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri