Posted inଖେଳ

ଆଇପିଏଲ ନିଲାମ ପ୍ରକ୍ରିୟା ଲାଗି ଯୋଗ୍ୟତା ହାସଲ କଲେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ,୧୫।୧:କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଘରୋଇ କ୍ରିକେଟରେ ପଦାର୍ପଣ କରିବାର ପ୍ରାୟ ୩୨ ବର୍ଷ ପରେ ମୁମ୍ବାଇ ପାଇଁ ସିନିୟର ସ୍ତରରେ ଖେଳିବାର ସୁଯୋଗ ପାଇଛନ୍ତି ପୁଅ ଅର୍ଜନ ତେନ୍ଦୁଲକର। ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ହରିୟାଣା ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ଗ୍ରୁପ୍‌ ଇ’ର ଏକ ମ୍ୟାଚ୍‌ରେ ମୁମ୍ବାଇ ପକ୍ଷରୁ ପ୍ରତିନିଧିତ୍ୱ କରି ଅର୍ଜୁନ ଘରୋଇ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି।

ସଚିନ ପ୍ରଥମ ମ୍ୟାଚ୍‌ରେ ହିଁ ଶତକୀୟ ଇନିଂସ ଖେଳି ସଭିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ପଦାର୍ପଣ ମ୍ୟାଚ୍‌ରେ ଅର୍ଜୁନଙ୍କ ପ୍ରଦର୍ଶନ ସଭିଙ୍କୁ ନିରାଶ କରିଛି। ୧୧ ନଂ କ୍ରମରେ ବ୍ୟାଟିଂ କରିଥିବା ଅର୍ଜୁନ ଖାତା ଖୋଲି ପାରି ନ ଥିବାବେଳେ ବୋଲିଂରେ ୩ ଓଭରରେ ୩୪ ରନ୍‌ ଦେଇ ଏକ ଉଇକେଟ ହାତେଇଥିଲେ। ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୪୪ ରନ୍‌ର ବିଜୟଲକ୍ଷ୍ୟକୁ ହରିୟାଣା ୧୭.୪ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା।

ଘରୋଇ କ୍ରିକେଟରେ ଗୋଟିଏ ମ୍ୟାଚ୍‌ ଖେଳିଥିବାରୁ ଜୁନିୟର ତେନ୍ଦୁଲକର ଏବେ ଆଇପିଏଲ ନିଲାମ ପ୍ରକ୍ରିୟାରେ ଭାଗ ନେବା ଲାଗି ଯୋଗ୍ୟତା ହାସଲ କରିଛନ୍ତି। ଉଲ୍ଲେଖଥାଉ କି, ଆଇପିଏଲ-୧୪ ପାଇଁ ଫେବୃୟାରୀରେ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ନିୟମ ଅନୁସାରେ ଘରୋଇ କ୍ରିକେଟରେ ଅତିକମ୍‌ରେ ଗୋଟିଏ ମ୍ୟାଚ୍‌ ଖେଳିଥିବା କ୍ରିକେଟର ହିଁ ଆଇପିଏଲ ନିଲାମ ପ୍ରକ୍ରିୟା ଲାଗି ନାମ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri