Posted inଜାତୀୟ

ଆଦାନୀ ଦୁର୍ନୀତିର ପ୍ରତୀକ: ରାହୁଲ

କୋଲାର,୧୭ା୪ : କର୍ନାଟକର କୋଲାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେବା ଅବସରରେ ଆଦାନୀ ‘ଦୁର୍ନୀତି’ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜୋର୍‌ଦାର ସମାଲୋଚନା କରିଛନ୍ତି। ସେ କେନ୍ଦ୍ରର ଭାଜପା ସରକାରଙ୍କୁ ଭୟ କରନ୍ତି ନାହିଁ ବୋଲି ଦୋହରାଇଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ କୋଲାରରେ ମୋଦି ସାଙ୍ଗିଆ ମନ୍ତବ୍ୟ ଦେଇ ରାହୁଲ ଦୋଷୀସାବ୍ୟସ୍ତ ହେବା ପରେ ଗତ ମାସରେ ତାଙ୍କର ସଦସ୍ୟତା ରଦ୍ଦ ହୋଇଥିଲା। ମାର୍ଚ୍ଚ ୨୯ରେ କର୍ନାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ରବିବାର ରାହୁଲ ପ୍ରଥମ ଥର ପାଇଁ ଉକ୍ତ ରାଜ୍ୟକୁ ପ୍ରଚାରରେ ଆସିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀଙ୍କର ବ୍ୟବସାୟୀ ଗୌତମ ଆଦାନୀଙ୍କ ସହ ସମ୍ପର୍କ ପ୍ରସଙ୍ଗ ଉଠାଇ ତାଙ୍କୁ ଟାର୍ଗେଟ କରିଥିଲେ। ତାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ କରି କେନ୍ଦ୍ର ସରକାର ତାଙ୍କୁ ଭୟଭୀତ କରିଥିବା ଭାବୁଛନ୍ତି। ସେ ଭୟଭୀତ ହେବା ବ୍ୟକ୍ତି ନୁହନ୍ତି ବୋଲି ଜନସାଧାରଣଙ୍କୁ ରାହୁଲ କହିଥିଲେ। ପ୍ରତିରକ୍ଷା ଭିତ୍ତିଭୂମି ଚଳାଉଥିବା ଆଦାନୀ ଗ୍ରୁପ୍‌ ବିରୋଧରେ ତଦନ୍ତ କରାଯାଉ ନାହିଁ। ଆଦାନୀ ତାଙ୍କ ସେଲ୍‌ କମ୍ପାନୀରେ ଜଣେ ଚାଇନା ବ୍ୟକ୍ତିଙ୍କୁ ନିଯୁକ୍ତି ଦେଇଥିବା ରାହୁଲ ଅଭିଯୋଗ କରିଛନ୍ତି। ଦୁର୍ନୀତିର ପ୍ରତୀକ ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କର କ’ଣ ସମ୍ପର୍କ ସେ ଜାଣିବାକୁ ଚାହାନ୍ତି ବୋଲି ରାହୁଲ କହିଥିଲେ। ଆଦାନୀଙ୍କୁ ବିମାନବନ୍ଦର ଦେବା ଲାଗି ସରକାର ନିୟମ ବଦଳାଇ ଦେଉଥିବା ସେ ଅଭିଯୋଗ କରିଛନ୍ତି।
ଭାଜପା ସରକାର ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ଅପମାନିତ କରିଥିବା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି। ଉପା ସରକାର ସମୟରେ ଜାତି ଜନଗଣନା ହୋଇଥିଲା। ଭାଜପା କ୍ଷମତାକୁ ଆସିବା ପରେ ଉକ୍ତ ତଥ୍ୟକୁ ଲୁଚାଇଦେଇଛି। କେନ୍ଦ୍ରର ଭାଜପା ସରକାରରେ ଏସ୍‌ସି, ଏସ୍‌ଟି ଏବଂ ଓବିସିକୁ ମାତ୍ର ୭ ପ୍ରତିଶତ ପ୍ରତିନିଧିତ୍ୱ ମିଳିଛି। ଜାତି ଜନଗଣନା ତଥ୍ୟ ପ୍ରଘଟ ହେଲେ କିଏ ଓବିସିଙ୍କୁ ଅପମାନିତ କରୁଛି, ସ୍ପଷ୍ଟ ହୋଇଯିବ ବୋଲି ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri