Posted inଜାତୀୟ

ସାଙ୍କେତିକ ଭାଷା ଅଭିଧାନ, ଅଡିଓ ବୁକ୍‌ସ ଶୁଭାରମ୍ଭ

ନୂଆଦିଲ୍ଲୀ, ୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ‘ଶିକ୍ଷକ ପର୍ବ-୨୦୨୧’ ଉଦ୍‌ଘାଟନୀ ସମ୍ମିଳନୀରେ ଶିକ୍ଷାକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭାରତର ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଏବଂ ଶିକ୍ଷାଦାନ-ଶିକ୍ଷା ପ୍ରକ୍ରିୟାକୁ କ୍ରମାଗତ ଆଧୁନିକୀକରଣ କରାଯିବା ଉପରେ ମୋଦି ଗୁରୁତ୍ୱ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶିକ୍ଷକ ପର୍ବ ସମ୍ମିଳନୀ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ସାଙ୍କେତିକ ଭାଷା ଅଭିଧାନ (ଶିକ୍ଷଣର ୟୁନିଭର୍ସାଲ ଡିଜାଇନ୍‌ ଅନୁସାରେ ଶ୍ରବଣ ବାଧିତ ବ୍ୟକ୍ତିଙ୍କ ପାଇଁ ଶ୍ରାବ୍ୟ ଓ ଲେଖା ଥିବା ସାଙ୍କେତିକ ଭାଷାର ଭିଡିଓ), ଦୃଷ୍ଟିବାଧିତଙ୍କ ପାଇଁ ଅଡିଓ ବୁକ୍‌ସ, ସିବିଏସ୍‌ଇ ସ୍କୁଲର ଗୁଣବତ୍ତା ନିଶ୍ଚିତତା ଏବଂ ମୂଲ୍ୟାଙ୍କନ ଢାଞ୍ଚା, ନିପୁଣ ଭାରତ ଏବଂ ବିଦ୍ୟାଞ୍ଜଳି ପୋର୍ଟାଲ ଶିକ୍ଷକଙ୍କ ନିମନ୍ତେ ନିଷ୍ଠା ଟ୍ରେନିଂ ପ୍ରୋଗ୍ରାମ ଆଦି ଶୁଭାରମ୍ଭ କରିଛନ୍ତି। ୧୦୦ ବର୍ଷ ପରେ ଭାରତର ନୂଆ ରୂପରେଖ ପାଇଁ ସଂକଳ୍ପ ନେବା ଦିଗରେ ଏହି ପଦକ୍ଷେପ ଗୁରୁତ୍ୱପୂର୍ଣ୍ଣ ।
ନୂତନ ଶିକ୍ଷା ନୀତି ପ୍ରଣୟନଠାରୁ ପ୍ରଚଳନ ପର୍ଯ୍ୟନ୍ତ ଶିକ୍ଷାବିତ୍‌, ଶିକ୍ଷକ, ବିଶେଷଜ୍ଞ ପ୍ରମୁଖଙ୍କ ବହୁ ଅବଦାନ ରହିଛି। ଦେଶରେ ଏବେ ପରିବର୍ତ୍ତନର ପରିବେଶ ରହିଛି। ଏବେ ସମାଜ ଏଥିରେ ସାମିଲ ହୋଇ ଏହି ସହଭାଗିତାକୁ ଆଗକୁ ନେବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri