କରୋନା ଆକ୍ରାନ୍ତଙ୍କଠାରେ ୨ ବର୍ଷ ପର୍ଯ୍ୟନ୍ତ ଦେଖାଯିବ ଲକ୍ଷଣ, ପ୍ରକାଶ ପାଇଲା ରିପୋର୍ଟ …

ବେଜିଂ, ୧୨।୫ : କରୋନା ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଅତିକମରେ ଅର୍ଦ୍ଧେକ ଆକ୍ରାନ୍ତଙ୍କଠାରେ ଦୁଇ ବର୍ଷ ପରେ ମଧ୍ୟ ଗୋଟିଏ କିମ୍ବା ଅଧିକ ଲକ୍ଷଣ ପ୍ରକାଶିତ ହେବାର ଆଶଙ୍କା ରହିଛି। ମଙ୍ଗଳବାର ଦ ଲାନସେଟ ରେସପୋରେଟାରୀ ମେଡ଼ିସିନ୍‌ରେ ପ୍ରକାଶିତ ଏକ ଅଧ୍ୟୟନରେ ଏହା ପ୍ରକାଶିତ ହୋଇଛି।

୨୦୧୯ର ଶେଷ ଭାଗରେ ଚାଇନାରେ କରୋନାର ପ୍ରଥମ ମାମଲା ଦେଖିବାକୁ ମିଳିଥିଲା, ଯାହା ପରେ ଏହା ସମଗ୍ର ବିଶ୍ୱରେ ବିପଦ ସୃଷ୍ଟି କରିଥିଲା। ବର୍ତ୍ତମାନ ଚାଇନାର ରୋଗୀଙ୍କ ଉପରେ ଆଧାର କରି ଏହି ଅଧ୍ୟୟନରେ ଏହି ତଥ୍ୟ ସମ୍ବଳିତ ପ୍ରମାଣ ସଂଗ୍ରହ କରାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ସୁସ୍ଥ ହେବା ପରେ ମଧ୍ୟ ଆକ୍ରାନ୍ତଙ୍କଠାରେ ଲକ୍ଷଣଗୁଡ଼ିକ ଦୀର୍ଘଦିନ ଧରି ଦେଖିବାକୁ ମିଳିଥାଏ।

ଚାଇନାର ଜାପାନ ଫ୍ରେଣ୍ଡସିପ ହସ୍ପିଟାଲର ପ୍ରଫେସର ବିନ କାଓ ଏବଂ ଅଧ୍ୟୟନର ମୁଖ୍ୟ ଗବେଷକ ଏକ ବିବୃତ୍ତିରେ କହିଛନ୍ତି ଯେ ଆମର ଅନୁସନ୍ଧାନରୁ ଜଣାପଡିଛି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ହେଲେ ମଧ୍ୟ ଏଥିପାଇଁ ଦୁଇ ବର୍ଷରୁ ଅଧିକ ସମୟ ଆବଶ୍ୟକ।

ସ୍ଥାୟୀ ଲକ୍ଷଣଗୁଡ଼ିକ ମଧ୍ୟରେ ଥକାପଣ, ନିଶ୍ୱାସ ପ୍ରଶ୍ୱାସ ଏବଂ ଶୋଇବାରେ ଅସୁବିଧା ଆଦି ହୋଇଥାଏ। ଡାକ୍ତରଖାନାରେ ଭର୍ତ୍ତି ହୋଇ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ଦୀର୍ଘକାଳୀନ ସ୍ବାସ୍ଥ୍ୟ ଫଳାଫଳକୁ ବିଶ୍ଳେଷଣ କରି ଏହି ରିପୋର୍ଟ ପ୍ରକାଶିତ ହୋଇଛି। ୧,୧୯୨ ଆକ୍ରାନ୍ତଙ୍କ ଉପରେ ଅନୁଧ୍ୟାନ କରାଯାଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri