ବ୍ୟବସ୍ଥା ଭୁଶୁଡ଼ିଛି

ନୂଆଦିଲ୍ଲୀ,୨୪ା୪: ମହାମାରୀ କରୋନା ନାହିଁ ନ ଥିବା ସଙ୍କଟ ସୃଷ୍ଟି କରିଛି। ଦେଶର ହସ୍ପିଟାଲଗୁଡ଼ିକରେ ବେଡ୍‌, ଅକ୍ସିଜେନ, ଇଞ୍ଜେକ୍ସନ ଓ ଅନ୍ୟ ଜରୁରୀ ଔଷଧର ଘୋର ଅଭାବ ଦେଖାଦେଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ଯେତେ ଉଦ୍ୟମ କଲେ ମଧ୍ୟ କିଛି ସୁଫଳ ମିଳିପାରୁ ନାହିଁ। ଏଭଳି ସ୍ଥିତିରେ ଯୁଦ୍ଧକାଳୀନ ଭିତ୍ତିରେ ଖାଲି ଅକ୍ସିଜେନ ଟ୍ୟାଙ୍କରଗୁଡ଼ିକୁ ଫିଲିଂ କରିବା ଲାଗି ଭାରତୀୟ ବାୟୁସେନା (ଆଇଏଏଫ୍‌)ର ସହାୟତା ନେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅକ୍ସଜେନ ଏକ୍ସପ୍ରେସ୍‌ରେ ଅମ୍ଳଜାନ ଟ୍ୟାଙ୍କରଗୁଡ଼ିକୁ ବିଭିନ୍ନ ରାଜ୍ୟକୁ ପଠାଯାଉଥିବାବେଳେ ବାୟୁସେନା ହେଲିକପ୍ଟର ଓ ବିମାନରେ ମଧ୍ୟ କେତେକ ସହରକୁ ପରିବହନ କରାଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି ଯେ, ଦେଶରେ କ୍ରମବର୍ଦ୍ଧିଷ୍ଣୁ ଚାହିଦାକୁ ଦୃଷ୍ଟିରେ ରଖି ଜର୍ମାନୀରୁ ୨୩ଟି ମୋବାଇଲ୍‌ ଅକ୍ସିଜେନ ଉତ୍ପାଦନକାରୀ ପ୍ଲାଣ୍ଟ ବିମାନରେ ଅଣାଯିବ। ପ୍ରତି ପ୍ଲାଣ୍ଟ ମିନିଟ ପିଛା ୪୦ ଲିଟର ଅକ୍ସିଜେନ ଉତ୍ପାଦନ କରିବ। ସେହିପରି ଏହାର ଘଣ୍ଟାପ୍ରତି ଉତ୍ପାଦନ କ୍ଷମତା ହେଉଛି ୨,୪୦୦ ଲିଟର। ଏହି ପ୍ଲାଣ୍ଟଗୁଡ଼ିକୁ ସଶସ୍ତ୍ର ବଳ ମେଡିକାଲ ସର୍ଭିସେସ୍‌ (ଏଏଫ୍‌ଏମ୍‌ଏସ୍‌) ହସ୍ପିଟାଲଗୁଡ଼ିକରେ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ଉପଯୋଗ କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରମୁଖ ମୁଖପାତ୍ର ଏ. ଭାରତ ଭୂଷଣ ସୂଚନା ଦେଇଛନ୍ତି। ଭାରତରେ କରୋନା ରୋଗୀ ଅଣନିଃଶ୍ୱାସୀ ହୋଇ ମରୁଥିବାବେଳେ ଏଠାକାର ସାମଗ୍ରିକ ସ୍ଥିତିକୁ ଦେଖି ସହାୟତା ପାଇଁ ପଡ଼ୋଶୀ ଚାଇନା ଆଗ୍ରହ ପ୍ରକାଶ କରିଛି। ଭାରତକୁ ଯାହା ସାହାଯ୍ୟ ସହଯୋଗ ଦରକାର ଆମେ ଯୋଗାଇବାକୁ ପ୍ରସ୍ତୁତ ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଓ୍ବାଙ୍ଗ୍‌ ଓ୍ବେନ୍‌ବିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri