Posted inଖେଳ

ଟି-୨୦ ବିଶ୍ୱକପ୍‌: ନେଦରଲାଣ୍ଡ୍ସ ବିପକ୍ଷରେ ୫୬ ରନ୍‌ରେ ଜିତିଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ ଦ୍ୱିତୀୟ ବିଜୟ ହାସଲ କରିଛି। ଗୁରୁବାର ଭାରତ ନେଦରଲାଣ୍ଡ୍ସକୁ ୫୬ ରନ୍‌ରେ ପରାସ୍ତ କରିଛି। ଟସ ଜିତି ପ୍ରଥମେ ବ୍ୟାଟିଂ ଭାରତୀୟ ଦଳ ରୋହିତ ଶର୍ମା, ବିରାଟ କୋହଲି ଏବଂ ପରେ ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ ସହାୟତାରେ ୨୦ ଓଭରରେ ୧୭୯ ରନ କରିଥିଲା। ଏହାର ଜବାବରେ ନେଦରଲାଣ୍ଡ୍ସର ଦଳ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୧୨୩ ରନ୍‌ କରିପାରିଥିଲା। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର, ଆର ଅଶ୍ୱିନ ଏବଂ ଅକ୍ଷର ପଟେଲ ୨ଟି ଲେଖାଏ ଉଇକେଟ୍‌ ହରାଇଥିଲା।
ଟସ ଜିତି ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆର ଭଲ ଆରମ୍ଭ ହୋଇ ନ ଥିଲା। ଉପ-ଅଧିନାୟକ କେ.ଏଲ ରାହୁଲ ତୃତୀୟ ଓଭରରେ ମାତ୍ର ୯ ରନ ସ୍କୋର କରି ପାଭିଲିୟନକୁ ଫେରିଥିଲେ। ଏହି ସମୟ ମଧ୍ୟରେ ରୋହିତ ଏବଂ କୋହଲିଙ୍କ ମଧ୍ୟରେ ଅର୍ଦ୍ଧଶତକୀୟ ଭାଗିଦାରୀ ହୋଇଥିଲା। ରୋହିତ ୩୫ ବଲରୁ ୨୯ ତମ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ସେ ୫୩ ରନ ସ୍କୋର କରି କ୍ଲାସେନଙ୍କ ଶିକାର ହୋଇଥିଲେ। ଏହା ପରେ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିବା ସୂର୍ଯ୍ୟକୁମାର ଯାଦବ ଦଳକୁ ଏକ ବଡ଼ ସ୍କୋରକୁ ନେବା ପାଇଁ ଚେଷ୍ଟା କରିଥିଲେ। ଉଭୟଙ୍କ ମଧ୍ୟରେ ୯୫ ରନର ଭାଗିଦାରୀ ହୋଇଥିଲା। ବିରାଟ କୋହଲି ୩୭ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଇନିଂସ ଆଧାରରେ ସେ ଟି-୨୦ ବିଶ୍ୱକପରେ ସର୍ବାଧିକ ରନ ସ୍କୋରର ତାଲିକାରେ କ୍ରିସ ଗେଲଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଇନିଂସର ଶେଷ ବଲରେ ସୂର୍ଯ୍ୟକୁମାର ଯାଦବ ଗୋଟିଏ ଛକା ମାରି ୨୫ ବଲରେ ୫୧ ରନ ସଂଗ୍ରହ କରିଥିଲେ। କୋହଲି ୬୨ର ଅପରାଜିତ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?