ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବିଦା ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ କାନାଡ଼ାକୁ ହରାଇବା ପରେ ଦଳ ଆଗକୁ ବଢ଼ିବା ନେଇ ଆଶା ସଞ୍ଚାର କରିଥିଲା । ଭାରତ ଠାରୁ ହାରିବା ପରେ ଯଦି ଆମେରିକା ଟିମ୍‌ ଆୟାରଲ୍ୟାଣ୍ଡ ଠାରୁ ପରାଜିତ ହୋଇଥାନ୍ତା ତେବେ ପାକିସ୍ତାନ ପାଖରେ ସୁପର ୮ ରେ ପହଞ୍ଚିବାର ରାସ୍ତା ରହିଥାନ୍ତା । କିନ୍ତୁ ବର୍ଷା ପାକିସ୍ତାନର ସବୁ ଆଶା ଧୋଇଦେଇଛି । ଏହାପରେ କିଛି ପୂର୍ବତନ କ୍ରିକେଟର ଆଇସିସିର ମ୍ୟାଚ୍‌ ପ୍ରସ୍ତୁତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।

ଭାରତ-ପାକିସ୍ତାନ ମ୍ୟାଚ୍‌ ବାତିଲ୍‌ ହେବା ପରେ ପୂର୍ବତନ କ୍ରିକେଟର ତଥା କମେଣ୍ଟଟେଟର ନବଜୋତ ସିଂ ସିଦ୍ଧୁ ବଡ଼ ଖୁଲାସା କରିଛନ୍ତି । ଆମେରିକା ଏବଂ ଆୟାରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ଦିନ ସୁପର ସାଁପରର ପେଟ୍ରୋଲ ସରିଯାଇଥିଲା । ଯେଉଁ କାରଣରୁ ପଡ଼ିଆକୁ ଭଲରେ ଶୁଖା ଯାଇପାରିନଥିଲା । ତେଣୁ ମ୍ୟାଚ୍‌କୁ ବାତିଲ କରିବାକୁ ପଡ଼ିଥିଲା ।

ଅନ୍ୟପଟେ ଭାରତର ଅନ୍ୟଜଣେ ମହାନ୍‌ କ୍ରିକେଟର ସୁନିଲ ଗାଭାସ୍କର ଆଇସିସି ଉପରେ ପ୍ରଶ୍ନ ଉଠାଇଛନ୍ତି । ଫ୍ଲୋରିଡାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨ଟି ମ୍ୟାଚ୍‌ ବାତିଲ ହୋଇଛି । ବର୍ଷ ସମୟରେ କେବଳ ପିଚ୍‌ ଏବଂ ଏହାର ପାଖ ୩୦ ୟାର୍ଡ ପର୍ଯ୍ୟନ୍ତ ପାଲ ଦ଼୍ବାରା କଭର କରାଯାଇଥିଲା । ବାକି ସ୍ଥାନ ଖୋଲା ଥିଲା । ଯାହା ଫଳରେ ପଡ଼ିଆ ଓଦା ହେଇଯାଇଥିଲେ ବି ଶୁଖା ଯାଇପାରିନଥିଲା । ଆଇସିସି ଯେଉଁ ଷ୍ଟାଡିୟମରେ ସମ୍ପୂର୍ଣ୍ଣ ପଡ଼ିଆ କଭର ନକରି ପାରିବ ସେ ଷ୍ଟାଡିୟମ୍‌ରେ ମ୍ୟାଚ୍‌ ଆୟୋଜନ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri