Posted inଖେଳ

ଟି. ନଟରାଜନଙ୍କ ଝିଅ ସହ ମଜା କରୁଛନ୍ତି ଧୋନୀ, ଭିଡିଓ ଦେଖିଲେ…

ଲୋକମାନେ ତାଙ୍କର ସ୍ବଭାବ ଯୋଗୁ ତାଙ୍କୁ ବହୁତ ଭଲ ପାଆନ୍ତି। ଏବେ ଧୋନୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖିଲେ ମନ ଖୁସିରେ ନାଚି ଉଠିବ। ପ୍ରମାଣିତ ହୋଇଯିବ ଯେ, ଧୋନୀ କେତେ ସ୍ନେହୀ ମଣିଷ। ଏହି ଭିଡିଓରେ କ୍ରିକେଟର ଟି.ନଟରାଜନଙ୍କ କୁନି ଝିଅ ସହିତ ଧୋନୀ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି।

ଚେନ୍ନାଇ ସୁପର କିଙ୍ଗ୍ସର ଅଫିସିଆଲ ଆକାଉଣ୍ଟରେ ଭାଇରାଲ ହୋଇଥିବା ଭିଡିଓ ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଏହି ଭିଡିଓରେ ବର୍ତ୍ତମାନ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଖେଳୁଥିବା ଟି. ନଟରାଜନ ତାଙ୍କ ଝିଅକୁ କାଖେଇ ଥିବା ନଜର ଆସିଛନ୍ତି। ଧୋନୀ ମଧ୍ୟ ପାଖରେ ଠିଆ ହୋଇଛନ୍ତି। ଧୋନୀ ଏହି କୁନି ଝିଅ ସହ କଥାବାର୍ତ୍ତା କରୁଥିବା ନଜର ଆସିଛନ୍ତି। ନଟରାଜନଙ୍କ ସ୍ତ୍ରୀ ମଧ୍ୟ ତାଙ୍କ ପାଖରେ ଅଛନ୍ତି। ଧୋନୀ କୁନି ଝିଅକୁ ହାତ ଦେଖାଇ ହାଏଫାଏ କରିବାକୁ କହୁଛନ୍ତି। କିଛି କଥା ହେବା ପରେ ସମସ୍ତଙ୍କ ସହ ଫଟୋ ପୋଜ୍‌ ଦେଉଛନ୍ତି। ଭିଡିଓଟି ଶେୟାର କରାଯାଇ ଏଥିରେ କ୍ୟାପଶନ ଲେଖାଅଛି, ‘ତୁମର ଦିନଟି କାଟିବା ପାଇଁ କ୍ୟୁଟି ଚୁଟିର ଏକ ଡୋଜ୍‌’

ଭିଡିଓଟି ଶେୟାର ହେବାର କିଛି କ୍ଷଣ ମଧ୍ୟରେ ୩ ଲକ୍ଷରୁ ଅଧିକ ଭ୍ୟୁ ପାଇଛି। ସୋସିଆଲ ମିଡିଆ ୟୁଜରମାନେ ଭିଡିଓଟିକୁ ବେଶ୍‌ ପସନ୍ଦ କରିଛନ୍ତି। କମେଣ୍ଟ ବକ୍ସ ଖାଲି ଲଭ୍‌ ଆଉ ହାର୍ଟ ଇମୋଜିରେ ପୂରି ଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri