ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା

ଭୁବନେଶ୍ୱର,୧୩।୮(ଅନିଲଦାସ): ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ ତତ୍କାଳ ପ୍ରଭାବରୁ ରଦ୍ଦ ଘୋଷଣା କରାଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ପ୍ରଭୁକଲ୍ୟାଣ ପଟ୍ଟନାୟକ ଅଗଷ୍ଟ ୯ ତାରିଖରେ ଦୋରାଙ୍କୁ ଚିଠି ଲେଖି ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାରଙ୍କ ନିର୍ଦ୍ଦେଶ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଅବଗତ କରାଇଛନ୍ତି।
୨୦୨୪ ଜୁଲାଇ ୩୧ରେ ସମବାୟ ରେଜିଷ୍ଟ୍ରାର ଦୋରା ସଭାପତି ଥିବା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିକୁ ତତ୍କାଳ ପ୍ରଭାବରୁ ନିଲମ୍ବିତ କରିଥିଲେ। ସେହିପରି ରାଜ୍ୟ ସମବାୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଦୋରାଙ୍କ ବିରୋଧରେ ଅର୍ଥ ତୋସାରପାତ ଅଭିଯୋଗର ପ୍ରମାଣ ମିଳି ସାରିଥିବାରୁ ସମ୍ପୃକ୍ତ ଅର୍ଥକୁ ତାଙ୍କଠୁ ଆଦାୟ ନିମନ୍ତେ ଆଇନଗତ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଆବଶ୍ୟକ ପଡ଼ିଲେ ଏହି ଅର୍ଥ ତୋସାରପାତ ଘଟଣାର ତଦନ୍ତ ପାଇଁ ଭିଜିଲାନ୍ସ ବିଭାଗକୁ ସୁପାରିସ କରାଯିବ । ଯେହେତୁ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ବୋର୍ଡକୁ ନିଲମ୍ବନ ସହ ଦୋରାଙ୍କୁ ଅଯୋଗ୍ୟ ଘୋଷଣା କରି ପଦବୀରୁ ହଟାଯାଇଛି, ତେଣୁ ‘ଆପେକ୍ସ ବ୍ୟାଙ୍କ ସଭାପତି’ ପଦ ପାଇଁ ଆଉଥରେ ନିର୍ବାଚନ ହେବାର ସମ୍ଭାବନା ରହିଛି । ଏନେଇ ସରକାରଙ୍କ ସବୁଜ ସଙ୍କେତ ମିଳିବା ପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ।
ରାଜ୍ୟ ସମବାୟର ଶୀର୍ଷ ବ୍ୟାଙ୍କ ଭାବେ ପରିଚିତ ‘ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ’ର ପରିଚାଳନା କମିଟିକୁ ଦୋରା ୨୦୨୩ରେ ନିର୍ବାଚିତ ହୋଇଥିଲେ ।
ବିଜେଡିର ପ୍ରତିନିଧି ଭାବେ ସମବାୟ ବ୍ୟାଙ୍କ ସଭାପତି ପଦ ହାତେଇବାରେ ମଧ୍ୟ ସକ୍ଷମ ହୋଇଥିଲେ। ତେବେ ଗତ ମେ’ ରେ ନାବାର୍ଡ କର୍ତ୍ତୃପକ୍ଷଙ୍କ ଖୋଳତାଡ଼ ପରେ ଦୋରାଙ୍କ ବିରୋଧରେ ଆସିଥିବା ବିଭିନ୍ନ ଅର୍ଥ ତୋଷାରପାତ ଅଭିଯୋଗର ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ। ଏକ ୩ ଜଣିଆ ଉଚ୍ଚସ୍ତରୀୟ କମିଟି ତଦନ୍ତ କରି ଦୋରାଙ୍କ ବିରୋଧରେ ରହିଥିବା ଅଭିଯୋଗକୁ ସତ ବୋଲି ପ୍ରମାଣ ପାଇଥିଲେ । ଏହାକୁ ଆଧାର କରି ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଗତ ଜୁଲାଇ ୩୧ତାରିଖରେ ଓଡ଼ିଶା ସମବାୟ ସୋସାଇଟି ଆକ୍ଟ-୧୯୬୨ର ଧାରା ୨୬(୩-କ) ଅନୁଯାୟୀ ଦୋରାଙ୍କ ସଦସ୍ୟ ପଦକୁ ଅଯୋଗ୍ୟ ଘୋଷଣା କରିଥିଲେ । ଏଥିସହିତ ଉକ୍ତ ଦିନ ମଧ୍ୟ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ବୋର୍ଡକୁ ନିଲମ୍ବିତ କରିଥିଲେ । ବ୍ୟାଙ୍କ ସୁପରିଚାଳନା ପାଇଁ ସମବାୟ ବିଭାଗର ସଚିବ ରାଜେଶ ପ୍ରଭାକର ପାଟିଲଙ୍କୁ ପରିଚାଳନା ଦାୟିତ୍ୱ ନ୍ୟସ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri