Posted inଜାତୀୟ

ଟି. ରାଜା ଭାଜପାରୁ ନିଲମ୍ବିତ, ୧୦ ଦିନ ମଧ୍ୟରେ ଦେବେ ଜବାବ…

ନୂଆଦିଲ୍ଲୀ, ୨୩।୮ : ମହାପୁରୁଷ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମାମଲାରେ ଭାରତୀୟ ଜନତା ପାର୍ଟି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ତେଲେଙ୍ଗାନା ବିଧାୟକ ଟି ରାଜା ସିଂଙ୍କୁ ନିଲମ୍ବିତ କରିଛି। ଏହା ସହିତ ତାଙ୍କୁ ଏକ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି। ରାଜା ସିଂଙ୍କୁ ୧୦ ଦିନ ମଧ୍ୟରେ ଏହାର ଜବାବ ଦେବାକୁ ଦଦଳ ପକ୍ଷରୁ କୁହାଯାଇଛି। ଏହା ବ୍ୟତୀତ ତାଙ୍କ ବିରୋଧରେ ଏକ ତଦନ୍ତ ଆରମ୍ଭ ହୋଇଛି।

ନିକଟରେ ରାଜା ସିଂ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ କରିଥିଲେ। ଭିଡିଓରେ ସେ ମହାପୁରୁଷ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ଏହା ପରେ ସୋମବାର ବିଳମ୍ବିତ ରାତିରେ ଶହ ଶହ ଲୋକ ହାଇଦ୍ରାବାଦ ରାସ୍ତାରେ ପ୍ରଦର୍ଶନ କରି ତାଙ୍କୁ ଗିରଫ କରିବାକୁ ଦାବି କରିଥିଲେ। ବିକ୍ଷୋଭ ପ୍ରଦର୍ଶନକୁ ଦେଖି ପୋଲିସ ମଙ୍ଗଳବାର ସକାଳେ ଧାର୍ମିକ ଭାବନାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା।

ଛଅ ମିନିଟ ତିରିଶ ସେକେଣ୍ଡର ଏହି ଭିଡିଓ ରାଜା ସିଂ ବିବାଦୀୟ ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଟାର୍ଗେଟ କରି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଜଣେ ହାସ୍ୟ ଅଭିନେତା ଅଛନ୍ତି ଯିଏ ଥାର୍ଡ କ୍ଳୂାସ୍‌ର କମେଡି କରନ୍ତି। ସେ ହିନ୍ଦୁ, ଭାଜପାର ବରିଷ୍ଠ ଅଧିକାରୀମାନଙ୍କୁ ଟାର୍ଗେଟ କରନ୍ତି। ଭଗବାନ ରାମଚନ୍ଦ୍ର ଏବଂ ସୀତା ମାତାଙ୍କ ବିଷୟରେ ଅପମାନଜନକ ଶବ୍ଦ ମଧ୍ୟ କୁହନ୍ତି।

ଏହି ଭିଡିଓରେ ରାଜା ସିଂ ମହାପୁରୁଷ ମହମ୍ମଦଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ମଧ୍ୟ ଦେଇଥିବା ଅଭିଯୋଗ ହୋଇଛି। ସେ ଭିଡିଓରେ କହୁଛନ୍ତି, ଯିଏ ଯେଉଁ ଭାଷାରେ କୁହନ୍ତି ତାଙ୍କୁ ରାଜା ସିଂ ସେଭଳି ଭାଷାରେ ଉତ୍ତର ଦେବ। ମୋର ଏପରି ଉଦ୍ଦେଶ୍ୟ ନଥିଲା, କିନ୍ତୁ ଏହାର କାରଣ ହେଉଛି ଯେ ଜଣେ ବ୍ୟକ୍ତି ମୋର ରାମ ଏବଂ ସୀତା ମାତା ବିଷୟରେ ଅପମାନଜନକ କଥା କହି ଆମ ଭଗବାନ ଉପରେ କମେଡି କରିଥିଲେ। ସେଥିପାଇଁ ମୁଁ ଏଭଳି କମେଡି କରିବାକୁ ବାଧ୍ୟ ହେଲି। ଏହାର ବିଚାର ଆପଣ କରନ୍ତୁ ବୋଲି ରାଜା ଭିଡ଼ିଓରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri