Posted inଜାତୀୟ

ଟି.ଏସ୍‌. ସିଂଦେଓ ହେଲେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯ା୬: ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ତଥା ସ୍ବାସ୍ଥ୍ୟମନ୍ତ୍ରୀ ଟି.ଏସ୍‌. ସିଂଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇଛି। ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ ଏନେଇ ବୁଧବାର ବିଳମ୍ବିତ ରାତିରେ ଚିଠି ଇସ୍ୟୁ କରିଛନ୍ତି। ସିଂଦେଓଙ୍କୁ ଛତିଶଗଡ଼ ସରକାରରେ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତି ପ୍ରସ୍ତାବକୁ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅନୁମୋଦନ କରିଥିବା ଉକ୍ତ ଚିଠିରେ କୁହାଯାଇଛି। ସିଂଦେଓ ଜଣେ ଅନୁଗତ କଂଗ୍ରେସ ନେତା ଏବଂ ଦକ୍ଷ ପ୍ରଶାସକ। ଉପମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ସେବାରେ ରାଜ୍ୟ ଯଥେଷ୍ଟ ଉପକୃତ ହେବ ବୋଲି ବେଣୁଗୋପାଳ ଟୁଇଟ୍‌ କରିବା ସହ ଆଗାମୀ ନିର୍ବାଚନରେ ଛତିଶଗଡ଼ ଜନସାଧାରଣ କଂଗ୍ରେସକୁ ପୁଣିଥରେ ଜିତାଇବେ ବୋଲି ଦୃଢ଼ୋକ୍ତି କରିଛନ୍ତି।
ଚଳିତ ବର୍ଷ ଶେଷ ଭାଗରେ ଛତିଶଗଡ଼ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବୁଧବାର କଂଗ୍ରେସର ଶୀର୍ଷନେତାମାନଙ୍କର ବୈଠକ ବସି ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏଆଇସିସି ମୁଖ୍ୟାଳୟରେ ଅନୁଷ୍ଠିତ ବଠକରେ ଖାର୍ଗେଙ୍କ ସହ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ଛତିଶଗଡ଼ ଦାୟିତ୍ୱରେ ଥିବା ଦଳର ପ୍ରଭାରୀ କୁମାରୀ ସେଲ୍‌ଜା, କେ.ସି. ବେଣୁଗୋପାଳ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟବାସୀଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଦଳୀୟ କର୍ମୀମାନେ ଏକାଠି କାମ କରିବା ଆବଶ୍ୟକ ବୋଲି ଖାର୍ଗେ କହିଥିଲେ। ବୈଠକରେ ରାଜ୍ୟ କଂଗ୍ରେସ ସଭାପତି ମୋହନ ମର୍କାମ ଏବଂ ଟି.ଏସ୍‌. ସିଂଦେଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri