୧୮ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଝଡ଼ବର୍ଷା ଯୋଗୁ ପାରଦ ତଳମୁହାଁ ରହିଛି। ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ରହିଛି। ଏଥିଯୋଗୁ ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି, ରାୟଗଡ଼ା ଆଦି ଜିଲାରେ ଝଡ଼ବର୍ଷା ହେବାର ଆଶଙ୍କା ଅଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲାର କେତେକ ସ୍ଥାନରେ ଝଡ଼ବର୍ଷାର ସମ୍ଭାବନା ରହିଛି। ୧୨ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଅନୁଗୋଳ, ଢେଙ୍କାନାଳ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ବହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ତେବେ ଆସନ୍ତା ୧୩ ତାରିଖଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପୁରୀରେ ସର୍ବାଧିକ ୨୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୭.୪, କେନ୍ଦୁଝର ୧୩.୪, ତାଳଚେର ୮, ଭୁବନେଶ୍ୱର ୨.୧, ବାରିପଦା ୧୧.୬, ଝାରସୁଗୁଡ଼ା ୦.୩, ସୁନ୍ଦରଗଡ଼ ୩, ତାଳଚେର ୮, ସୋନପୁର ୨.୫, ଦାରିଙ୍ଗବାଡିରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ ରାଜ୍ୟରେ ତାତି କମିଛି। କେବଳ ସୁନ୍ଦରଗଡ଼କୁ ଛାଡିଦେଲେ ରାଜ୍ୟର ଅନ୍ୟ ଭାଗରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri