Posted inଖେଳ

ଟି୨୦ ଚ୍ୟାଲେଞ୍ଜ: ଭାରତୀୟ ମହିଳା ଖେଳାଳି ୟୁଏଇରେ

ଦୁବାଇ, ୨୩ା୧୦ (ପି.ଟି)- ମହିଳା ଟି୨୦ ଚ୍ୟାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି ଭାରତର ୩୦ ଶ୍ରେଷ୍ଠ ମହିଳା କ୍ରିକେଟ ଖେଳାଳି ଗୁରୁବାର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ଛନ୍ତି। ‘ମିନି ଓମେନ ଆଇପିଏଲ୍‌’ ଭାବେ ପରିଚିତ ଏହି ଟୁର୍ନାମେଣ୍ଟ ଶାରଚାରେ ନଭେମ୍ବର ୪ରୁ ୯ ପର୍ଯ୍ୟନ୍ତ ହେବ। ଗସ୍ତ ପୂର୍ବରୁ ଟି୨୦ ଅଧିନାୟିକା ହରମନପ୍ରୀତ କୌର, ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ୍‌ଙ୍କ ଭଳି ପୁରୁଖା ଖେଳାଳି ମୁମ୍ବାଇରେ ୯ଦିନ ଧରି କ୍ୱାରାଣ୍ଟାଇନ୍‌ରେ ରହିସାରିଛନ୍ତି। ସେମାନଙ୍କର ଏକାଧିକ ଥର ଆରଟି-ପିସିଆର୍‌ ଟେଷ୍ଟ ସରିଛି। ‘ବାୟା-ବବଲ’ରେ ପ୍ରବେଶ ପୂର୍ବରୁ ପୁରୁଷ ଖେଳାଳିଙ୍କ ଭଳି ମହିଳା ଖେଳାଳିଙ୍କୁ ସେଠାରେ ୬ ଦିନ ସଙ୍ଗରୋଧରେ ରହିବାକୁ ପଡ଼ିବ। ସେମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବା ଜୈବ ସୁରକ୍ଷିତ ପରିବେଶରେ ପ୍ରବେଶ ପାଇଁ ଅନୁମତି ଦିହାଯିବା ପୂର୍ବରୁ ସୋମାନଙ୍କର ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ପଞ୍ଚମ ଦିବସରେ ଟେଷ୍ଟ ଅନୁଷ୍ଠିତ ହେବ। ତିନୋଟି ଦଳର ନେତୃତ୍ୱ ନେବେ ମିଥାଲି ରାଜ, ମନ୍ଧାନା ଓ ହରମନପ୍ରୀତ୍‌। ଟୁର୍ନାମେଣ୍ଟରେ ଡିଏଣ୍ଡ୍ରା ଡଟିନ୍‌, ସୋଫି ଏକଲେଷ୍ଟୋନ୍‌, ଡାନିଲି ୟାଟ୍‌ ଓ ଚାମରି ଆଟାପାଟୁଙ୍କ ଭଳି ବିଦେଶୀ ଷ୍ଟାର ଖେଳାଳିମାନେ ଭାଗ ନେବେ। କୋଭିଡ୍‌ ଦେଖାଦେବା ପରଠାରୁ ପ୍ରଥମ ଆନ୍ତର୍ଜାତୀୟ ସିରିଜ ଖେଳିବା ଲାଗି ସେଠାରୁ ଭାରତୀୟ ମହିଳା ଦଳ ଶ୍ରୀଲଙ୍କା ଯାଇପାରେ ବୋଲି ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri