ଚର୍ଚ୍ଚାରେ ଟି-୨୦ ନକଲି ପାସ୍‌

କଟକ ଅଫିସ, ୧୭ା୬:ବାରବାଟୀରେ ଗତ ୧୨ତାରିଖରେ ଅନୁଷ୍ଠିତ ଭାରତ-ଦକ୍ଷିଣଆଫ୍ରିକା ଟି-୨୦ ମ୍ୟାଚରେ ନକଲି ପାସ୍‌ କାରବାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନକଲି ପାସ୍‌ ଧରି ବହୁ ଲୋକ ଷ୍ଟାଡିୟମ୍‌ ଭିତରେ ପଶିଥିବା ଦେଖିବାକୁ ମିଳିଥିଲା। ଏପରି କି କଡ଼ା ସୁରକ୍ଷା ମଧ୍ୟରେ ଥିବା ସ୍ଥାନକୁ ସେମାନେ ଯାଇ ଫଟୋ ଉଠାଇ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରିଥିଲେ ା ତେବେ ମ୍ୟାଚ ଆୟୋଜକ ଓସିଏ ଏବଂ ସୁରକ୍ଷା ଦାୟିତ୍ୱରେ ଥିବା କମିଶନରେଟ ପୋଲିସ ଏ ବିଷୟରେ କିପରି ଜାଣିପାରିଲେ ନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଓସିଏ ଏବଂ କମିଶନରେଟ ପୋଲିସ ମଧ୍ୟରେ ବୁଝାମଣା ହୋଇଥିବା ଅଭିଯୋଗ ଉଠିଛି। ତେବେ ଏ ନେଇ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୋଗ ହେଲେ ତଦନ୍ତ କରିବୁ ା
ପୋଲିସ ପାସ୍‌ ଇସ୍ୟୁ କରିନାହିଁ। ଓସିଏ ପାସ୍‌ ଇସ୍ୟୁ କରିଥିଲା ବୋଲି ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ ଓସିଏକୁ ବଦନାମ କରିବାକୁ ଏହା ଏକ ଅପପ୍ରଚାର। ତେଣୁ କୌଣସି ଅଭିଯୋଗ କରାଯିବ ନାହଁ ବୋଲି ଓସିଏର ସିଇଓ ସୁବ୍ରତ କୁମାର ବେହେରା କହିଛନ୍ତି।
ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚରେ ନକଲି ପାସ୍‌ କାରବାର ଦେଖିବାକୁ ମିଳିଥିଲା। ନକଲି ପାସ ଦେଖିବାକୁ ଠିକ ଅସଲି ପାସ୍‌ ଭଳି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଫଟୋ ରହିଛି। ପାସ୍‌ ଉପରେ ବ୍ୟକ୍ତିଙ୍କ ପରିଚୟ ଆଉ ବେକରେ ଓସିଏ ଫିତା ବି ରହିଛି। ହେଲେ କାହାର ପରିଚୟ ‘ଏମ୍‌ଏଲ୍‌ଏ କ୍ରିଉ’ ତ ଆଉ କାହାର ‘ବିଜେଡି ଭଲ୍ୟୁଣ୍ଟିୟର’ ଲେଖାରହିଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ‘ଏମ୍‌ଏଲ୍‌ଏ କ୍ରିଉ’ ଲେଖାଥିବା ନକଲି ପାସରେ ରିପୋର୍ଟର ବା କ୍ୟାମେରାମ୍ୟାନ୍‌ ଡ୍ୟୁଟି ଉଲ୍ଲେଖ ଥିଲା। ଏଭଳି ଏକ ହଜାରରୁ ଅଧିକ ନକଲି ପାସ୍‌ ନେଇ ମହିଳା ଓ ପୁରୁଷମାନେ ଅତି ସହଜରେ ବାରବାଟୀ ଷ୍ଟାଡିୟମରେ ପ୍ରବେଶ କରିଥିଲେ। ଏମାନଙ୍କ ମଧ୍ୟରୁ ଅନେକେ ନିଜ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବା ପରେ ଉକ୍ତ ଘଟଣା ସାମ୍ନାକୁ ଆସିଛି। ଏ ନେଇ ଓସିଏର ସିଇଓ ବେହେରା କହିଛନ୍ତି, ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ପାସ୍‌ ଓ ପରିଚୟପତ୍ର ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ ପକ୍ଷରୁ ପ୍ରଦାନ କରାଯାଇ ନାହିଁ। ଓସିଏକୁ ବଦନାମ କରିବା ପାଇଁ ଏହା ଏକ ଯୋଜନା। ଯିଏ ବଦନାମ କରିବାକୁ ଚାହୁଁଛନ୍ତି, ଆମେ ଅଭିଯୋଗ କଲେ ମଧ୍ୟ ସେ କରିବେ। କୌଣସି ରାଜନୈତିକ ଦଳ ବା ବିଧାୟକଙ୍କ କ୍ରିଉ ନାଁରେ ପରିଚୟପତ୍ର ବା ପାସ୍‌ ପ୍ରଦାନ କରାଯିବାର କୌଣସି ବ୍ୟବସ୍ଥା ନାହିଁ ବୋଲି ବେହେରା ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?