Posted inଖେଳ

ୱେଷ୍ଟଇଣ୍ଡିଜ ବିପକ୍ଷ ଟି -୨୦ ସିରିଜରେ ଟିମ୍‌ ଇଣ୍ଡିଆରେ ରିଙ୍କୁ, ଜିତେଶ, ଯଶସ୍ବୀଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୧୩।୬: କ୍ରମାଗତ ଦୁଇଟି ଡବ୍ଲୁଟିସି ଫାଇନାଲରେ ପରାଜୟ ପରେ ବର୍ତ୍ତମାନ ଟିମ ଇଣ୍ଡିଆ ପୁଣି ଥରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ଭଲ ପ୍ରଦର୍ଶନ କରିବାକୁ ଚାହୁଁଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ସହିତ ଟିମ ଇଣ୍ଡିଆ ଡବ୍ଲୁଟିସିର ତୃତୀୟ ସଂସ୍କରଣ ଆରମ୍ଭ କରିବ। ତେବେ ୱେଷ୍ଟଇଣ୍ଡିଜ ଗସ୍ତରେ ଟିମ ଇଣ୍ଡିଆକୁ ମଧ୍ୟ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳିବାକୁ ପଡିବ। ଏହି ଟି -୨୦ ସିରିଜ ପାଇଁ ଭାରତର ୧୫ ସଦସ୍ୟ ବିଶିଷ୍ଟ ଦଳରେ କିଏ କିଏ ସ୍ଥାନ ପାଇବେ ଜାଣନ୍ତୁ…

ଇଣ୍ଡିଆନ ପ୍ରିମିୟର ଲିଗର ୧୬ତମ ସିଜନରେ ଚମତ୍କାର ପ୍ରଦର୍ଶନ କରିଥିବା ଅନେକ ଯୁବ ଖେଳାଳିଙ୍କୁ ୱେଷ୍ଟଇଣ୍ଡିଜ ବିପକ୍ଷ ଟି -୨୦ ସିରିଜରେ ସୁଯୋଗ ଦିଆଯାଇପାରେ।ଏଥିମଧ୍ୟରେ ଓପନର୍‌ ଯଶସ୍ବୀ ଜୈସୱାଲ, ରିତୁରାଜ ଗାୟକୱାଡ, ବିସ୍ଫୋରକ ଫିନିସର ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ, ଉଇକେଟ କିପର ଜିତେଶ ଶର୍ମା ଏବଂ ଦ୍ରୁତ ବୋଲର ମୁକେଶ କୁମାର ଅଛନ୍ତି।

ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ଅଧିନାୟକ ହେବେ। ଗତ ଅନେକ ଟି -୨୦ ସିରିଜରେ ହାର୍ଦ୍ଦିକ ଅଧିନାୟକତ୍ୱ ପାଇଥିଲେ। ଏଭଳି ପରିସ୍ଥିତିରେ ତାଙ୍କୁ ଏହି ଫର୍ମାଟରେ ଭବିଷ୍ୟତର ଅଧିନାୟକ ଭାବରେ ଦେଖାଯାଉଛି। ଯେଉଁଠାରେ ସୂର୍ଯ୍ୟକୁମାର ଯାଦବ ଉପ-ଅଧିନାୟକ ହେବେ। ଦ୍ରୁତ ବୋଲିଂ ବିଭାଗରେ ଅଭିଜ୍ଞ ଭୁବନେଶ୍ୱର କୁମାର, ଯୁବ ଅମରାନ ମଲିକ, ମୁକେଶ କୁମାର ଏବଂ ଅର୍ଶଦୀପ ସିଂ ରହିପାରନ୍ତି। ଏଥି ସହିତ କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ ଏବଂ ଅକ୍ଷର ପଟେଲ ସ୍ପିନ ବିଭାଗରେ ରହିବେ ବୋଲି କୁହାଯାଉଛି।

ୱେଷ୍ଟଇଣ୍ଡିଜ ବିପକ୍ଷରେ ଟି -୨୦ ସିରିଜ ପାଇଁ ଭାରତର ସମ୍ଭାବ୍ୟ ୧୫ ଜଣିଆ ଦଳ- ଶୁବମାନ ଗିଲ, ରିତୁରାଜ ଗାୟକୱାଡ, ଇଶାନ କିଶନ (ଉଇକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ସୂର୍ଯ୍ୟକୁମାର ଯାଦବ (ଉପ-ଅଧିନାୟକ), ଯଶାସୀ ଜୈସୱାଲ, ରିଙ୍କୁ ସିଂ, ଜିତେଶ ଶର୍ମା (ଉଇକେଟ କିପର) , କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଅମରାନ ମଲିକ, ଭୁବନେଶ୍ୱର କୁମାର, ଅର୍ଶଦୀପ ସିଂ ଏବଂ ମୁକେଶ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri