Posted inଖେଳ

ଟି୨୦ ସିରିଜ୍‌: ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍‌ ଜିତି ନ୍ୟୁଜିଲାଣ୍ଡ ସିରିଜ କ୍ଲିନ୍‌ସୁଇପ୍‌ କରିଛି। ବର୍ଷା ଯୋଗୁ ବିଳମ୍ବରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ପାଖାପାଖି ୨ ଘଣ୍ଟା ଖେଳ ବାଧାପ୍ରାପ୍ତ ହୋଇଥିଲା। ତେଣୁ ମ୍ୟାଚ୍‌କୁ ୧୦ ଓଭରରେ ସୀମିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ଟସ୍‌ ଜିତି ବାଂଲାଦେଶ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୧୦ ଓଭରରେ ୪ ଉଇକେଟ ହରାଇ ୧୪୧ ରନ ସଂଗ୍ରହ କରିଥିଲା। ଜବାବରେ ବାଂଲାଦେଶ ୯.୩ ଓଭରରେ ମାତ୍ର ୭୬ ରନକରି ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ୨୯ ବଲରୁ ୧୦ ଚୌକା ଓ ୩ ଛକା ସହ ୭୧ ରନ ସଂଗ୍ରହ କରିଥିବା ନ୍ୟୁଜିଲାଣ୍ଡ ଓପନର ଫିନ୍‌ ଆଲେନ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରିଥିବା ଗ୍ଲେନ୍‌ ଫିଲିପ୍ସ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
୧୪୨ ରନ ଟାର୍ଗେଟର ପିଛା କରି ବାଂଲାଦେଶ ଦ୍ରୁତ ଗତିରେ ରନ୍‌ ସଂଗ୍ରହ କରିବାକୁ ଯାଇ ନିୟମିତ ବ୍ୟବଧାନରେ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇଥିଲା। ଓପନର ମହମ୍ମଦ ନଇମ ୧୯, ସୌମ୍ୟ ସରକାର ୧୦ ଓ ମୋସାଡେକ ହୋସେନ ୧୩ ରନକରି ଆଉଟ ହୋଇଥିତ୍ବା ବେଳେ ବାକି ୮ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନ ଥିଲେ। ନ୍ୟୁଜିଲାଣ୍ଡ ଲେଗ୍‌ ସ୍ପିନର ଟୋଡ ଆସେଲ ମାତ୍ର ୧୩ ରନ ଦେଇ ୪ ଉଇକେଟ ଅକ୍ତିଆର କରିଥିଲେ। ସେହିପରି ଟିମ୍‌ ସୌଦି ୩, ଆଡାମ ମିଲନେ, ଲୋକି ଫର୍ଗୁସନ ଓ ଗ୍ଲେନ୍‌ ଫିଲିପ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ତରଫରୁ ଆଲେନ ସର୍ବାଧିକ ୭୧, ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ୪୪, ଗ୍ଲେନ୍‌ ଫିଲିପ ୧୪, ଡାରିଲ ମିଚେଲ ୧୧ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ତାସ୍କିନ ଅହମ୍ମଦ, ଶୋରିଫୁଲ ଇସ୍‌ଲାମ ଓ ମାହେଦି ହାସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ୧୦ ଓଭରରେ ୧୪୧/୪
(ଫିନ୍‌ ଆଲେନ- ୭୧, ଗୁପ୍ଟିଲ-୪୪, ତାସ୍କିନ- ୧/ ୨୪, ଶୋରିଫୁଲ- ୧/୨୧, ମାହେଦି- ୧/ ୩୪)।
ବାଂଲାଦେଶ ୯.୩ ଓଭରରେ ୭୬ ଅଲଆଉଟ୍‌
(ନଇମ- ୧୯, ସୌମ୍ୟ-୧୦, ମୋସାଡେକ- ୧୩, ଟୋଡ ଆସଲେ- ୪/୧୩, ସୌଦି- ୩/୧୫)।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?