Posted inଖେଳ

ଟି୨୦ ସିରିଜ୍‌: ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍‌ ଜିତି ନ୍ୟୁଜିଲାଣ୍ଡ ସିରିଜ କ୍ଲିନ୍‌ସୁଇପ୍‌ କରିଛି। ବର୍ଷା ଯୋଗୁ ବିଳମ୍ବରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ପାଖାପାଖି ୨ ଘଣ୍ଟା ଖେଳ ବାଧାପ୍ରାପ୍ତ ହୋଇଥିଲା। ତେଣୁ ମ୍ୟାଚ୍‌କୁ ୧୦ ଓଭରରେ ସୀମିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ଟସ୍‌ ଜିତି ବାଂଲାଦେଶ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୧୦ ଓଭରରେ ୪ ଉଇକେଟ ହରାଇ ୧୪୧ ରନ ସଂଗ୍ରହ କରିଥିଲା। ଜବାବରେ ବାଂଲାଦେଶ ୯.୩ ଓଭରରେ ମାତ୍ର ୭୬ ରନକରି ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ୨୯ ବଲରୁ ୧୦ ଚୌକା ଓ ୩ ଛକା ସହ ୭୧ ରନ ସଂଗ୍ରହ କରିଥିବା ନ୍ୟୁଜିଲାଣ୍ଡ ଓପନର ଫିନ୍‌ ଆଲେନ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରିଥିବା ଗ୍ଲେନ୍‌ ଫିଲିପ୍ସ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
୧୪୨ ରନ ଟାର୍ଗେଟର ପିଛା କରି ବାଂଲାଦେଶ ଦ୍ରୁତ ଗତିରେ ରନ୍‌ ସଂଗ୍ରହ କରିବାକୁ ଯାଇ ନିୟମିତ ବ୍ୟବଧାନରେ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇଥିଲା। ଓପନର ମହମ୍ମଦ ନଇମ ୧୯, ସୌମ୍ୟ ସରକାର ୧୦ ଓ ମୋସାଡେକ ହୋସେନ ୧୩ ରନକରି ଆଉଟ ହୋଇଥିତ୍ବା ବେଳେ ବାକି ୮ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନ ଥିଲେ। ନ୍ୟୁଜିଲାଣ୍ଡ ଲେଗ୍‌ ସ୍ପିନର ଟୋଡ ଆସେଲ ମାତ୍ର ୧୩ ରନ ଦେଇ ୪ ଉଇକେଟ ଅକ୍ତିଆର କରିଥିଲେ। ସେହିପରି ଟିମ୍‌ ସୌଦି ୩, ଆଡାମ ମିଲନେ, ଲୋକି ଫର୍ଗୁସନ ଓ ଗ୍ଲେନ୍‌ ଫିଲିପ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ତରଫରୁ ଆଲେନ ସର୍ବାଧିକ ୭୧, ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ୪୪, ଗ୍ଲେନ୍‌ ଫିଲିପ ୧୪, ଡାରିଲ ମିଚେଲ ୧୧ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ତାସ୍କିନ ଅହମ୍ମଦ, ଶୋରିଫୁଲ ଇସ୍‌ଲାମ ଓ ମାହେଦି ହାସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ୧୦ ଓଭରରେ ୧୪୧/୪
(ଫିନ୍‌ ଆଲେନ- ୭୧, ଗୁପ୍ଟିଲ-୪୪, ତାସ୍କିନ- ୧/ ୨୪, ଶୋରିଫୁଲ- ୧/୨୧, ମାହେଦି- ୧/ ୩୪)।
ବାଂଲାଦେଶ ୯.୩ ଓଭରରେ ୭୬ ଅଲଆଉଟ୍‌
(ନଇମ- ୧୯, ସୌମ୍ୟ-୧୦, ମୋସାଡେକ- ୧୩, ଟୋଡ ଆସଲେ- ୪/୧୩, ସୌଦି- ୩/୧୫)।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri