Posted inଖେଳ

ଟି-୨୦ ବିଶ୍ବକପ: ଚାମ୍ପିୟନ ଦଳକୁ ମିଳିବ ୧୩ କୋଟି

ମୁମ୍ବାଇ,୩୦।୯: ଟି-୨୦ ବିଶ୍ବକପ କ୍ରିକେଟ ପାଇଁ ଆଇସିସି ପକ୍ଷରୁ ଶୁକ୍ରବାର ପୁରସ୍କାର ରାଶି ଘୋଷଣା କରାଯାଇଛି । ଟି-୨୦ ବିଶ୍ବକପ ଚାମ୍ପିୟନ ଦଳକୁ ୧୬ ଲକ୍ଷ ଡଲାର ଅର୍ଥାତ ଭାରତୀୟ ମୂଲ୍ୟ ଅନୁସାରେ ୧୩ କୋଟି ଟଙ୍କା ମିଳିବ। ସେହିପରି ରନର୍ସ ଅପ୍‌ ଦଳକୁ ୮ ଲକ୍ଷ ଡଲାର ଅର୍ଥାତ ଭାରତୀୟ ଟଙ୍କାରେ ୬.୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।

ସେହିପରି ସେମିଫାଇନାଲରେ ହାରିଥିବା ଦଳକୁ ୪ ଲକ୍ଷ ଡଲାର ପୁରସ୍କାର ରାଶି ପ୍ରଦାନ କରାଯିବ। ବିଶ୍ବକପ ପାଇଁ ଆଇସିସି ପକ୍ଷରୁ ୫.୬ ନିୟୁତ(୫୬ ଲକ୍ଷ ) ଡଲାର ପୁରସ୍କାର ରାଶି ରହିଛି। ସୁପର ୧୨ରୁ ବାହାରି ଯାଇଥିବା ଦଳକୁ ୭୦ ହଜାର ଡଲାର ଲେଖାଏ ପୁରସ୍କାର ପାଇବେ। ସୁପର ୧୨ ସ୍ତରରେ ପ୍ରତି ମ୍ୟାଚରେ ବିଜୟ ପାଇଁ ୪୦ ହଜାର ଡଲାର ମିଳିବ। ସୂଚନାଯୋଗ୍ୟ, ଟି-୨୦ ବିଶ୍ବକପ ଅକ୍ଟୋବର ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri