Posted inଖେଳ

୨୦୨୪ ଟି -୨୦ ବିଶ୍ୱକପକୁ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା, ଏହି ଦିନ ଆରମ୍ଭ ହେବ ମ୍ୟାଚ

ନୂଆଦିଲ୍ଲୀ,୨୯।୭: ଟି -୨୦ ବିଶ୍ୱକପ ୨୦୨୪ ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଆସନ୍ତା ବର୍ଷ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପ ଜୁନରେ ଖେଳାଯାଇପାରେ। ଏହି ଟୁର୍ନାମେଣ୍ଟରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରିବେ। ଏହାପୂର୍ବରୁ ୨୦୨୨ରେ ଖେଳାଯାଇଥିବା ବିଶ୍ୱକପରେ ଇଂଲଣ୍ଡ ଦଳ ଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା। ସେହିପରି ଟିମ ଇଣ୍ଡିଆକୁ ସେମିଫାଇନାଲରୁ ବାହାରି ଯାଇଥିଲା।

ରିପୋର୍ଟ ଅନୁଯାୟୀ, ୨୦୨୪ ଟି -୨୦ ବିଶ୍ୱକପ ଜୁନ ୪ରୁ ୩୦ପର୍ଯ୍ୟନ୍ତ ଖେଳାଯାଇପାରେ। ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ, ୱେଷ୍ଟଇଣ୍ଡିଜ ଏବଂ ଆମେରିକା ବିଶ୍ୱକପ ଆୟୋଜନ କରିବେ। ୧୦ଟି ସ୍ଥାନରେ ବିଶ୍ୱକପ ଖେଳାଯିବ। ଆଇସିସି ଏହି ସପ୍ତାହରେ ଆମେରିକାର କେତେକ ମନୋନୀତ ସ୍ଥାନ ଯାଞ୍ଚ କରିଛି। ଆମେରିକା ଏକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ କରିବାରେ ଏହା ପ୍ରଥମ ହେବ।

୨୦ଟି ଟିମ ଟୁର୍ନାମେଣ୍ଟରେ ସାମିଲ ହେବେ। ଯେଉଁଥିରେ ଏହି ସପ୍ତାହରେ ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ସହିତ ଆଇସିସିର ଆଞ୍ଚଳିକ ଯୋଗ୍ୟତା ମାଧ୍ୟମରେ ୨୦ ଟିମ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଏହା ବ୍ୟତୀତ ଏବେ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ, ଇଂଲଣ୍ଡ, ଭାରତ, ନେଦରଲ୍ୟାଣ୍ଡ, ନ୍ୟୁଜିଲ୍ୟାଣ୍ଡ, ପାକିସ୍ଥାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଆଫଗାନିସ୍ତାନ, ବାଂଲାଦେଶ, ୱେଷ୍ଟଇଣ୍ଡିଜ ଏବଂ ଆମେରିକାର ଦଳ ଯୋଗ୍ୟତା ହାସଲ କରିଛନ୍ତି।

ଆଞ୍ଚଳିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ୧୨ ଟି ଦଳ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କରିସାରିଛନ୍ତି। ଏଥିରେ ହୋଷ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଅନ୍ତର୍ଭୁକ୍ତ। ଏହା ବ୍ୟତୀତ, ଟି -୨୦ ବିଶ୍ୱକପ ୨୦୨୨ର ଶ୍ରେଷ୍ଠ ୮ ଦଳ ହେଉଛି- ଅଷ୍ଟ୍ରେଲିଆ, ଇଂଲଣ୍ଡ, ଭାରତ, ନେଦରଲ୍ୟାଣ୍ଡ, ନ୍ୟୁଜିଲ୍ୟାଣ୍ଡ, ପାକିସ୍ଥାନ, ଦକ୍ଷିଣ ଆଫ୍ରିକା ଏବଂ ଶ୍ରୀଲଙ୍କା। ଯେଉଁଠାରେ ଆଫଗାନିସ୍ତାନ ଏବଂ ବାଂଲାଦେଶ ଟି -୨୦ ଅନ୍ତର୍ଜାତୀୟ ମାନ୍ୟତା ଆଧାରରେ ଯୋଗ୍ୟତା ହାସଲ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri