Posted inଖେଳ

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ ୧୬୦ ରନ କରିଥିଲା। ଭାରତ ୧୯ ଓଭରରେ ୧୦୨ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ଭାରତର ସମସ୍ତ ବ୍ୟାଟର ଏହି ମ୍ୟାଚରେ ଫେଲ୍‌ ମାରିଥିଲେ। ଅଧିନାୟିକା ହରମନପ୍ରୀତ କୌର ସର୍ବାଧିକ ୧୫ ରନ କରିଥିଲେ। ନ୍ୟୁଜିଲାଣ୍ଡର ରୋସେମାରି ମାଏର ୪ଟି, ଲୀ ତାହୁହୁ ୩ଟି, ଇଡେନ କାର୍ସେନ ୨ଟି ଓ ଆମେଲିଆ କେର ଗୋଟିଏ ଉଇକେଟ ନେଇଥିଲେ।

ଟସ୍‌ ଜିତି ବ୍ୟାଟିଂ ନେଇଥିବା ନ୍ୟୁଜିଲାଣ୍ଡ ଓପନିଂ ଯୋଡ଼ିରେ ୬୭ ରନ ଯୋଗକରି ବଡ଼ ସ୍କୋର ପାଇଁ ପ୍ଲାଟ୍‌ଫର୍ମ ପ୍ରସ୍ତୁତ କରିଥିଲା। ଓପନର ସୁଜି ବେଟ୍ସ ୨୭ ଓ ଜର୍ଜିଆ ପ୍ଲିମେର ୩୪ ରନ କରିଥିଲେ। ଆମେଲିକା କେର ଯଦିଓ ୧୩ ରନକରି ଆଉଟ ହୋଇ ଯାଇଥିଲେହେଁ ଅଧିନାୟିକା ସୋଫି ଡିଭାଇନ୍‌ଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ନ୍ୟୁଜିଲାଣ୍ଡ ଭଲ ସ୍କୋର କରି ପାରିଥିଲା। ଡିଭାଇନ୍‌ ୩୬ଟି ବଲ୍‌ର ସମ୍ମୁଖୀନ ହୋଇ ୭ ଚୌକା ସହାୟତାରେ ୫୭ ରନକରି ଅପରାଜିତ ରହିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ରେଣୁକା ସିଂ ୨ଟି ଏବଂ ଅରୁନ୍ଧତୀ ରେଡ୍ଡୀ ଓ ଆଶା ଶୋଭନା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri