Posted inଖେଳ

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଅର୍ଥାତ ଓ୍ବେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରିବ। ତେବେ ଏହି ମ୍ୟାଚ୍‌ ଏକ ନକଆଉଟ୍‌ ମୁକାବିଲା ଭଳି, କାରଣ ଯେଉଁ ଦଳ ଜିତିବ ସେ ସିଧାସଳଖ ସେମିଫାଇନାଲ ଟିକେଟ ହାସଲ କରିବ।

ସୂଚନା ଥାଉ କି,ଏହି ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ଥର ପାଇଁ ଇଡେନ ଗାର୍ଡେନ୍ସରେ ଖେଳିବାକୁ ଓହ୍ଲାଇବ। ଅନ୍ୟପଟେ, ୱେଷ୍ଟଇଣ୍ଡିଜ ଦଳ ଚଳିତ ଟୁର୍ନାମେଣ୍ଟରେ ଏହି ମଇଦାନରେ ପୂର୍ବରୁ ୩ଟି ମ୍ୟାଚ ଖେଳିସାରିଛି ଏବଂ ସମସ୍ତ ମ୍ୟାଚ୍‌ରେ ବିଜୟୀ ହୋଇଛି। ଏଭଳି ପରିସ୍ଥିତିରେ ଭାରତୀୟ ଦଳ ପାଇଁ କ୍ୟାରିବିଆନ ଦଳକୁ ହରାଇବା ଏକ ବଡ଼ ଚ୍ୟାଲେଞ୍ଜ ହେବ।

ଯଦିଓ ୱେଷ୍ଟଇଣ୍ଡିଜ ଏହି ପିଚ୍‌ରେ ଚଳିତ ବର୍ଷ ଭଲ ପ୍ରଦର୍ଶନ କରିଛି, କିନ୍ତୁ ଇତିହାସ ଭାରତ ସପକ୍ଷରେ ରହିଛି।୧୯୮୩ ମସିହାର ଏପର୍ଯ୍ୟନ୍ତ ଇଡେନ ଗାର୍ଡେନ୍ସରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମୋଟ ୯ଟି ଆନ୍ତର୍ଜାତୀୟ ମ୍ୟାଚ ଖେଳାଯାଇଛି। ବିଶେଷ କଥା ହେଉଛି, ଭାରତ ଏହି ସମସ୍ତ ୯ଟି ଯାକ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଗତ ୪୩ ବର୍ଷ ଧରି ୱେଷ୍ଟଇଣ୍ଡିଜ ଏହି ମଇଦାନରେ ଭାରତ ବିରୋଧରେ କୌଣସି ବି ଆନ୍ତର୍ଜାତୀୟ ମ୍ୟାଚ ଜିତିପାରି ନାହିଁ।

ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ବିଶ୍ୱକପ୍ର ଡିଫେଣ୍ଡିଂ ଚାମ୍ପିଅନ (ଗତଥରର ବିଜେତା)। ଅନ୍ୟପଟେ, ୱେଷ୍ଟଇଣ୍ଡିଜ ୨୦୧୬ରେ ଟି-୨୦ ବିଶ୍ୱକପ ଜିତିବା ପରେ ଏପର୍ଯ୍ୟନ୍ତ କୌଣସି ଆଇସିସି (ICC) ଟୁର୍ଣ୍ଣାମେଣ୍ଟର ସେମିଫାଇନାଲରେ ପହଞ୍ଚି ପାରିନାହିଁ। ଆଜିର ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ନିଜର ପୁରୁଣା ସ୍ମୃତି ଫେରାଇ ଆଣି ଇତିହାସ ବଦଳାଇବ ନା ଭାରତ ନିଜର ଦବଦବା ବଜାୟ ରଖି ସେମିଫାଇନାଲକୁ ଯିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି।

ପ୍ଲେଇଙ୍ଗ୍ ଇଲେଭେନ୍:
ୱେଷ୍ଟଇଣ୍ଡିଜ୍ ଦଳ:
ଶାଇ ହୋପ୍, ରଷ୍ଟନ ଚେଜ୍, ସିମରନ୍ ହେଟମାୟର, ରୋଭମ୍ୟାନ୍ ପାୱେଲ୍, ଶେରଫେନ୍ ରଦରଫୋର୍ଡ, ଜେସନ୍ ହୋଲ୍ଡର, ରୋମାରିଓ ଶେଫର୍ଡ, ମ୍ୟାଥ୍ୟୁ ଫୋର୍ଡେ, ଅକିଲ୍ ହୋସେନ୍, ଗୁଡାକେଶ ମୋତି ଏବଂ ଅଲଜାରୀ ଜୋସେଫ୍।

ଭାରତୀୟ ଦଳ:
ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଇଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ଶିବମ ଦୁବେ, ଅକ୍ଷର ପଟେଲ, ଜସପ୍ରୀତ ବୁମରା, ଅର୍ଶଦୀପ ସିଂହ ଏବଂ ବରୁଣ ଚକ୍ରବର୍ତ୍ତୀ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri