Posted inଖେଳ

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ ସେ ନ୍ୟୁଜିଲ୍ୟାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି।

ନ୍ୟୁଜିଲ୍ୟାଣ୍ଡ ଟିମ ମ୍ୟାନେଜମେଣ୍ଟ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଫର୍ଗୁସନ ଏବଂ ତାଙ୍କ ପତ୍ନୀ ଏମା ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏହି ସ୍ବତନ୍ତ୍ର ମୁହୂର୍ତ୍ତରେ ନିଜ ପରିବାର ସହ ରହିବା ପାଇଁ ସେ ଛୁଟି ନେଇଛନ୍ତି। ଦଳର ମୁଖ୍ୟ କୋଚ ରବ୍‌ ୱାଲଟର କହିଛନ୍ତି ଯେ, ଏହା ଫର୍ଗୁସନଙ୍କ ପାଇଁ ଅତ୍ୟନ୍ତ ଖୁସିର ସମୟ ଏବଂ ଦଳ ତାଙ୍କର ଏହି ନିଷ୍ପତ୍ତିରେ ସମ୍ପୂର୍ଣ୍ଣ ସହମତ।

ଲକି ଫର୍ଗୁସନ ଘରକୁ ଫେରିଥିବାରୁ ଫେବୃଆରୀ ୧୭ରେ ଚେନ୍ନାଇଠାରେ କାନାଡା ବିପକ୍ଷରେ ହେବାକୁ ଥିବା ଗ୍ରୁପ-ଡି’ର ଶେଷ ମ୍ୟାଚ୍‌ରେ ସେ ଖେଳିବେ ନାହିଁ। ତେବେ ଖୁସିର କଥା ହେଉଛି, ସେ ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟରୁ ବାଦ ପଡ଼ିନାହାନ୍ତି। ପ୍ଲାନ ଅନୁଯାୟୀ, ସେ ସୁପର-୮ ପର୍ଯ୍ୟାୟ ପୂର୍ବରୁ ପୁଣି ଦଳରେ ଯୋଗ ଦେବେ।

କୋଚ ୱାଲଟର ସ୍ପଷ୍ଟ କରିଛନ୍ତି ଯେ, ଫର୍ଗୁସନଙ୍କ ବଦଳରେ ବର୍ତ୍ତମାନ କୌଣସି ନୂଆ ଖେଳାଳିଙ୍କୁ ଦଳରେ ସାମିଲ କରାଯିବ ନାହିଁ। ଯଦି ଆବଶ୍ୟକତା ପଡ଼େ, ତେବେ ଦଳ ସହ ଥିବା ରିଜର୍ଭ ଖେଳାଳି ବେନ ସିୟର୍ସ ଏବଂ କୋଲ ମ୍ୟାକୋଞ୍ଚିଙ୍କୁ ସୁଯୋଗ ଦିଆଯାଇପାରେ।

ଟି-୨୦ ବିଶ୍ୱକପ ୨୦୨୬ରେ ଫର୍ଗୁସନ ଏପର୍ଯ୍ୟନ୍ତ ଚମତ୍କାର ଫର୍ମରେ ଅଛନ୍ତି। ସେ ୩ଟି ମ୍ୟାଚ୍‌ରୁ ୪ଟ ଉଇକେଟ ନେଇ ଦଳର ସବୁଠାରୁ ସଫଳ ବୋଲର ସାବ୍ୟସ୍ତ ହୋଇଛନ୍ତି। ସୁପର-୮ ପୂର୍ବରୁ ତାଙ୍କର ଦଳକୁ ଫେରିବା କିୱି ଟିମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri