Posted inଖେଳ

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା କରିଛି। ଭାରତୀୟ ମଧ୍ୟକ୍ରମର ବ୍ୟାଟର ଶିବମ ଦୁବେଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦଳ ଏହି ବିଶାଳ ସ୍କୋର କରିବାରେ ସଫଳ ହୋଇଛି।

ପାୱାରପ୍ଲେ ମଧ୍ୟରେ ଓପନରଙ୍କୁ ହରାଇ ଭାରତ ସାମାନ୍ୟ ଚାପରେ ଥିବା ବେଳେ ଶିବମ ଦୁବେ ପଡ଼ିଆର ଚତୁଃପାର୍ଶ୍ୱରେ ଚୌକା ଓ ଛକା ବର୍ଷା କରିଥିଲେ। ସେ ମାତ୍ର ୩୦ ବଲ୍‌ରୁ ୬୬ ରନ୍ (୪ ଚୌକା, ୬ ଛକା) କରି ଦଳକୁ ଏକ ବଡ଼ ସ୍କୋର ଆଡ଼କୁ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୩୪), ହାର୍ଦ୍ଦିକ ପାଣ୍ଡ୍ୟା (୩୦) ଏବଂ ତିଲକ ବର୍ମା (୨୮) ଗୁରୁତ୍ୱପୂର୍ଣ୍ଣ ସ୍କୋର କରିଥିଲେ।

ଏହି ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ପୁଣିଥରେ ଶୂନ (୦) ରନ୍‌ରେ ଆଉଟ୍ ହୋଇ ଏକ ଅଲୋଡ଼ା ରେକର୍ଡ କରିଛନ୍ତି। ସେ ଚଳିତ ବିଶ୍ୱକପ୍‌ରେ ଲଗାତାର ତୃତୀୟ ଥର ପାଇଁ ଖାତା ଖୋଲିବା ପୂର୍ବରୁ ବିଦାୟ ନେଇଛନ୍ତି। ଏହାସହ T20 ବିଶ୍ୱକପ୍‌ ଇତିହାସରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଥିବା ଭାରତୀୟ ବ୍ୟାଟରଙ୍କ ସହ ସେ ସମାନ ସ୍ଥାନରେ ପହଞ୍ଚିଛନ୍ତି।

ଭାରତ ପୂର୍ବରୁ ହିଁ ନିଜର ପ୍ରଥମ ତିନୋଟି ମ୍ୟାଚ୍‌ ଜିତି ସୁପର-୮ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛି। ଅନ୍ୟପଟେ, ପାକିସ୍ତାନ ନାମିବିଆକୁ ପରାସ୍ତ କରି ଗ୍ରୁପ୍‌-ଏ ରୁ ଦ୍ୱିତୀୟ ଦଳ ଭାବେ ସୁପର-୮ରେ ପ୍ରବେଶ କରିବା ଫଳରେ ନେଦରଲାଣ୍ଡର ଆଶା ଧୂଳିସାତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri