Posted inଖେଳ

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଫଳରେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦୌଡ଼ରୁ ବାହାର ହୋଇଯାଇଛି। ମ୍ୟାଚ୍ ବାତିଲ ହେବାରୁ ଜିମ୍ବାୱେକୁ ୧ ପଏଣ୍ଟ ମିଳିଛି, ଯାହା ସେମାନଙ୍କୁ ସୁପର-୮ ପର୍ଯ୍ୟାୟକୁ ନେଇଯାଇଛି।

୨୦୨୧ ବିଶ୍ୱ ବିଜେତା ଅଷ୍ଟ୍ରେଲିଆ ଟିମ୍ ୧୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଗ୍ରୁପ୍ ପର୍ଯ୍ୟାୟରୁ ବିଦାୟ ନେଇଛି। ୩ଟି ମ୍ୟାଚ୍‌ରୁ ୨ଟିରେ ପରାଜୟ ବରଣ କରିଥିବା ଅଷ୍ଟ୍ରେଲିଆ ଅନ୍ୟ ଦଳର ପ୍ରଦର୍ଶନ ଉପରେ ନିର୍ଭର କରୁଥିଲା। ମାତ୍ର ଆଜିର ମ୍ୟାଚ୍ ବାତିଲ ହେବା ପରେ ଜିମ୍ବାୱେ ୫ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଫଳରେ ଅଷ୍ଟ୍ରେଲିଆ ନିଜର ଶେଷ ମ୍ୟାଚ୍ ଜିତିଲେ ମଧ୍ୟ ସର୍ବାଧିକ ୪ ପଏଣ୍ଟ ପାଇବ, ଯାହା ସେମାନଙ୍କୁ ସୁପର-୮କୁ ନେବା ପାଇଁ ଯଥେଷ୍ଟ ନୁହେଁ।

୨୦୨୪ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିବା ସିକନ୍ଦର ରଜାଙ୍କ ଜିମ୍ବାୱେ ଦଳ ଚଳିତ ବର୍ଷ ଶକ୍ତିଶାଳୀ ପ୍ରଦର୍ଶନ କରିଛି। ଗ୍ରୁପ୍ ପର୍ଯ୍ୟାୟରେ ଅଷ୍ଟ୍ରେଲିଆକୁ ୨୩ ରନ୍‌ରେ ପରାସ୍ତ କରିବା ଏହି ଦଳ ପାଇଁ ଟର୍ଣ୍ଣିଂ ପଏଣ୍ଟ ସାଜିଥିଲା। ଏବେ ଶ୍ରୀଲଙ୍କା ସହ ଜିମ୍ବାୱେ ଗ୍ରୁପ୍-ବି ରୁ ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି।

ପାଲେକେଲେରେ ପ୍ରବଳ ବର୍ଷା ଯୋଗୁଁ ଟସ୍ ମଧ୍ୟ ପଡ଼ିପାରିନଥିଲା। ଅମ୍ପାୟାରମାନେ ବହୁ ସମୟ ଅପେକ୍ଷା କରିବା ପରେ ସ୍ଥାନୀୟ ସମୟ ସନ୍ଧ୍ୟା ୫:୩୦ରେ ମ୍ୟାଚ୍‌କୁ ଆନୁଷ୍ଠାନିକ ଭାବେ ବାତିଲ ଘୋଷଣା କରିଥିଲେ। ଏହି ଫଳାଫଳ ପରେ ଅଷ୍ଟ୍ରେଲିଆ ସହ ଆୟରଲାଣ୍ଡ ଏବଂ ଓମାନ ମଧ୍ୟ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି।

ଆସନ୍ତା ଫେବୃଆରୀ ୧୯ରେ ଜିମ୍ବାୱେ ଏବଂ ଆୟୋଜକ ଶ୍ରୀଲଙ୍କା ମଧ୍ୟରେ ଗ୍ରୁପ୍‌ର ଶେଷ ମ୍ୟାଚ୍ ଖେଳାଯିବ, ଯେଉଁଥିରେ ଗ୍ରୁପ୍ ଟପର୍‌ର ନିଷ୍ପତ୍ତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri