Posted inଖେଳ

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ୮ ଉଇକେଟରେ ଓ୍ବେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରିଛି।

ମ୍ୟାଚ୍‌ରେ ଅଲ୍‌ରାଉଣ୍ଡ ପ୍ରଦର୍ଶନ କରିଥିବା ଆଶ୍‌ଲେ ଗାର୍ଡନରଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଆସନ୍ତା ୨ ତାରିଖରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ପରସ୍ପରକୁ ଭେଟିବେ।

ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୭ ଉଇକେଟ ହରାଇ ୧୨୫ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟିକା ହେଲି ମାଥ୍ୟୁସ୍‌ ୩୦ ଓ ଡିଆଣ୍ଡ୍ରା ଡଟିନ ୨୬ ରନ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଅଧିନାୟିକା ସୋଫି ମୋଲିନ୍ୟୁକ୍ସ, ଗାର୍ଡନର ଓ ଜର୍ଜିଆ ଓ୍ବେରହାମ ୨ଟି ଲେଖାଏ ଉଇକେଟ ନେଇଥିଲେ।

ଜବାବରେ ଅଷ୍ଟ୍ରେଲିଆ ୧୩ ଓଭରରେ ୨ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ଦଳ ପାଇଁ ବେଥ୍‌ ମୁନି ସର୍ବାଧିକ ୬୧ (୮ ଚୌକା) ଓ ଆଶ୍‌ଲେ ଗାର୍ଡନର ୩୫ (୪ ଚୌକା ଓ ୧ ଛକା) ରନ୍‌କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?