Posted inଖେଳ

ଆଜିଠୁ ଟି୨୦ ବିଶ୍ୱକପ୍‌ ପ୍ରଥମ ରାଉଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଫେଭ୍‌ରିଟ

ବ୍ରିସବେନ୍‌,୧୬ା୧୦(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ ଦୁଇଥର ଟି୨୦ ବିଶ୍ୱକପ ଜିତି ସାରିଥିବା ବେଳେ ୨୦୧୪ ଚାମ୍ପିୟନ୍‌ ଶ୍ରୀଲଙ୍କା ୩ ଥର ଫାଇନାଲରେ ପ୍ରବେଶ କରିଛି। ତେବେ ବିଗତ ଦିନରେ ଦୁଇ ଦଳର ପ୍ରଦର୍ଶନ ସାମାନ୍ୟ ଖରାପ ରହିଥିବା କାରଣରୁ ଏଥର ବିଶ୍ୱକପ୍‌ ମୁଖ୍ୟ ରାଉଣ୍ଡ ପୂର୍ବରୁ ଉଭୟ ଦଳକୁ ଯୋଗ୍ୟତା ଅର୍ଜନ କରିବାକୁ ପଡ଼ିବ। ବିଶ୍ୱକପ୍‌ର ପ୍ରଥମ ରାଉଣ୍ଡ ମୁକାବିଲା ରବିବାର ଠାରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ମୁ୍‌ଖ୍ୟ ରାଉଣ୍ଡ(ସୁପର-୧୨)ରେ ସାମିଲ ହେବା ପାଇଁ ଏହି ଦୁଇ ଦଳ ଫେଭରିଟ୍‌ ରହିଛନ୍ତି। ଏସିଆ କପ ବିଜୟୀ ହୋଇ ଫେରିଥିବା ଶ୍ରୀଲଙ୍କା ରବିବାର ଏହାର ପ୍ରଥମ ମ୍ୟାଚ ନାମ୍ବିଆ ବିପକ୍ଷରେ ଖେଳିବ। ଗିଲଙ୍ଗର କାର୍ଡିନିଆ ପାର୍କରେ ରବିବାର ହେବାକୁ ଥିବା ମ୍ୟାଚରେ ଶ୍ରୀଲଙ୍କାର ପଲା ଭାରି ରହିବ। ଅନ୍ୟପକ୍ଷରେ ସମସ୍ୟା ମଧ୍ୟ ଦେଇ ଗତି କରୁଥିବା ଓ୍ବେଷ୍ଟଇଣ୍ଡିଜ ଦଳର ନେତୃତ୍ୱ ନେବେ ନିକୋଲାସ୍‌ ପୁରନ୍‌। ବ୍ରିସବେନର ହୋବାର୍ଟରେ ଦଳ ସ୍କଟଲାଣ୍ଡ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ଦଳ ବର୍ତ୍ତମାନ ଭଲ ସ୍ଥିତିରେ ରହିଛି। ସମସ୍ତ ଖେଳାଳି ସକାରାତ୍ମକ ମନୋଭାବରେ ରହିଛନ୍ତି ଓ ଟୁର୍ନାମେଣ୍ଟରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ଅଧିନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?