Posted inଖେଳ

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଓପନର ଅଭିଷେକ ଶର୍ମା ଅସୁସ୍ଥ ଥିବା ଖବର ସାମ୍ନାକୁ ଆସିଛି।

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ରେ ହାମଷ୍ଟ୍ରିଙ୍ଗ୍ ଇଞ୍ଜୁରିର ଶିକାର ହୋଇଥିବା ହସରଙ୍ଗାଙ୍କ ସ୍ଥାନରେ ଦୁଷାନ ହେମନ୍ତଙ୍କୁ ଶ୍ରୀଲଙ୍କା ଦଳରେ ସାମିଲ କରାଯାଇଛି। ଗୋଡ଼ର ମାଂସପେଶୀରେ ଆଘାତ କାରଣରୁ ବ୍ରେସୱେଲ୍ ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ କୋଲ ମ୍ୟାକକୋଞ୍ଚିଙ୍କୁ ନ୍ୟୁଜିଲାଣ୍ଡ ଦଳରେ ସ୍ଥାନ ମିଳିଛି।

ସେହିପରି ପେଟରେ ସଂକ୍ରମଣ କାରଣରୁ ଅଭିଷେକ ଗୁରୁବାର ଅଭ୍ୟାସ ଅଧିବେଶନରେ ଯୋଗ ଦେଇପାରି ନାହାନ୍ତି। ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ସେ ସୁସ୍ଥ ହେବେ ବୋଲି ଆଶା କରାଯାଉଛି।

ତେବେ ଭାରତ ପାଇଁ ଆଶ୍ୱସ୍ତିର ଖବର ଯେ, ବୁମରା ସମ୍ପୂର୍ଣ୍ଣ ଫିଟ୍ ଜଣାପଡୁଛନ୍ତି। ନେଟ୍ସରେ ସେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ବୋଲିଂ କରି ନିଜର ପୁରୁଣା ଲୟ ପ୍ରଦର୍ଶନ କରିଛନ୍ତି। ଆହତ ସମସ୍ୟାରୁ ମୁକୁଳି ୱାଶିଂଟନ ମଧ୍ୟ ଦଳରେ ଯୋଗ ଦେଇଛନ୍ତି ଏବଂ ଧୀରେ ଧୀରେ ଅଭ୍ୟାସ ଆରମ୍ଭ କରୁଛନ୍ତି।

ସୂର୍ଯ୍ୟକୁମାର ଯାଦବ ଏବଂ ତିଲକ ବର୍ମା ଅଭ୍ୟାସ ସମୟରେ ବେଶ୍ ଆକ୍ରମଣାତ୍ମକ ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି। ପାକିସ୍ତାନ ବିପକ୍ଷ ହାଇ-ଭୋଲଟେଜ୍ ମ୍ୟାଚ୍ ପୂର୍ବରୁ ଖେଳାଳିଙ୍କ ଫିଟନେସ୍ ଭାରତୀୟ ମ୍ୟାନେଜମେଣ୍ଟ ପାଇଁ ମୁଖ୍ୟ ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?