Posted inଖେଳ

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ କରିଛି ଭାରତୀୟ ଟିମ୍। ୨୯ ରେ ବାରବାଡୋସରେ ଦକ୍ଷିଣ ଆଫ୍ରିକା ସହିତ ଟାଇଟଲ୍ ପାଇଁ ଲଢେଇ କରିବ।

ଟିମ୍ ଇଣ୍ଡିଆ ୧୦ ବର୍ଷ ପରେ ଟି -୨୦ ବିଶ୍ୱକପ୍ ଫାଇନାଲକୁ ଉନ୍ନୀତ ହୋଇଛି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଟସ ହରି ବ୍ୟାଟିଂ ପାଇଁ ଡାକରା ପାଇ ଭାରତ ୨୦ ଓଭରରେ ମୋଟ ୧୭୧ ରନ୍ କରିଥିଲା। ଭାରତ ୫.୨ ଓଭରରେ ୪୦ ରନ୍ କରି ସଂଘର୍ଷ କରୁଥିବା ବେଳେ ରୋହିତ ଏବଂ ସୂର୍ଯ୍ୟକୁମାର ୭୩ ରନ ଦୃଢ ଭାଗିଦାରୀ କରିଥିଲେ।

ରୋହିତ ୩୯ ବଲ୍ରୁ ୫୭ ରନ୍ କରିଥିବାବେଳେ ସୂର୍ଯ୍ୟକୁମାର ୩୬ ବଲରେ ୪୭ ରନ୍ କରିଥିଲେ। ଦ୍ୱିତୀୟ ଇନିଂସରେ ଅକ୍ଷର ପଟେଲ ୨୩ ରନ ବ୍ୟୟ କରି ୩ ୱିକେଟ୍ ନେଇ ଇଂଲଣ୍ଡର ମେରୁଦଣ୍ଡ ଦୋହଲାଇ ଦେଇଥିବା ବେଳେ କୁଲଦୀପ ଯାଦବ ମଧ୍ୟ ୪ ଓଭରରେ ୧୯ ରନ୍ ବ୍ୟୟ କରି ୩ ୱିକେଟ୍ ସଂଗ୍ରହ କରିଥିଲେ। ଇଂଲଣ୍ଡ ପାଇଁ ହାରି ବୃକ ସର୍ବାଧିକ ୨୫ ରନ୍ ସ୍କୋର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri