Posted inଖେଳ

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ଯୋଗୁ ଆମେରିକାକୁ ୧୬୨ ରନ୍‌ର ଟାର୍ଗେଟ୍‌ ମିଳିଥିଲା। ଜବାବରେ ଆମେରିକା ୨୦ ଓଭରରେ ୮ ଉଇକେଟ ହରାଇ ୧୩୨ ରନ୍‌ କରିପାରିଥିଲା। ଫଳରେ ପ୍ରଥମ ମ୍ୟାଚ୍‌ରେ ଭାରତ ୨୯ ରନ୍‌ର ସହଜ ବିଜୟ ହାସଲ କରିଛି।

ଦଳ ଆରମ୍ଭରୁ ଅଭିଷେକ ଶର୍ମାଙ୍କ ଉଇକେଟ ହରାଇଥିଲା। ଫୁଲ୍‌ ଫର୍ମରେ ଥିବା ଅଭିଷେକ ବିନା ରନ୍‌ରେ ଆଉଟ୍‌ ହେବା ପରେ ଦଳ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ହେଲେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଭଲ ବ୍ୟାଟିଂ ଯୋଗୁ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୬୧ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ସୂର୍ଯ୍ୟକୁମାର ୪୯ ବଲରେ ୧୦ ଚୌକା ଓ ୪ ଛକା ସହାୟତାରେ ୮୪ ରନ୍‌ କରି ଅପରାଜିତ ରହିଥିଲେ।

ଉଲ୍ଲେଖଯୋଗ୍ୟ,ଟି-୨୦ ବିଶ୍ୱକପ୍ ଇତିହାସରେ ଏହା ଆମେରିକା ବିପକ୍ଷରେ ଭାରତର ଦ୍ୱିତୀୟ ମ୍ୟାଚ୍ ଥିଲା।୨୦୨୪ ଟି-୨୦ ବିଶ୍ୱକପ୍ ସମୟରେ ନ୍ୟୁୟର୍କରେ ଭାରତ ଏବଂ ଆମେରିକା ମଧ୍ୟରେ ଏକମାତ୍ର ମ୍ୟାଚ୍ ଖେଳାଯାଇଥିଲା। ସେହି ମ୍ୟାଚ୍ ରେ ଭାରତ ସହଜରେ ୭ ୱିକେଟରେ ମ୍ୟାଚ୍ ଜିତିଥିଲା। ଯେ ଟିମ୍ ଇଣ୍ଡିଆକୁ ଟୁର୍ଣ୍ଣାମେଣ୍ଟର ଗ୍ରୁପ୍ A ରେ ରଖାଯାଇଛି। ଏହି ଗ୍ରୁପ୍‌ରେ ପାକିସ୍ତାନ, ଆମେରିକା, ନାମିବିଆ ଏବଂ ନେଦରଲ୍ୟାଣ୍ଡସ୍ ଦଳ ଅନ୍ତର୍ଭୁକ୍ତ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri