Posted inଖେଳ

ଓ୍ବାର୍ନରଙ୍କ ଶଟ୍‌ ପାଇଁ ଦୁଇ ଭାଗ ହେଲା କ୍ରିକେଟ ଜଗତ

ନୂଆଦିଲ୍ଲୀ,୧୨।୧୧: ଟି୨୦ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ପାକିସ୍ତାନ ଅଲରାଉଣ୍ଡର ମହମ୍ମଦ ହାଫିଜଙ୍କ ଦୁଇ ଥର ବାଉନ୍ସ ହୋଇଥିବା ବଲକୁ ଛକା ଲଗାଇଥିଲେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନର। ଏହି ଘଟଣାକୁ ଖେଳୁଆଡ଼ ମନୋଭାବ ବିରୋଧରେ କିଛି ପୂର୍ବତନ କ୍ରିକେଟର ଦର୍ଶାଇଥିଲା ବେଳେ କିଛି ଖେଳାଳି ଓ୍ବାର୍ନର କୌଣସି ଭୁଲି କରି ନ ଥିବା କହିଛନ୍ତି।

ଅଷ୍ଟ୍ରେଲିଆ ବ୍ୟାଟିଂ କରୁଥିବା ବେଳେ ୮ମ ଓଭରରେ ବୋଲିଂ କରୁଥିବା ହାଫଜିଙ୍କ ହାତରୁ ବଲ ଖସି ଯାଇଥିଲା। ଓ୍ବାର୍ନରଙ୍କ ପାଖରେ ପହଞ୍ଚିବା ପୂର୍ବରୁ ବଲ ଦୁଇ ଥର ଡ୍ରପ୍‌ ନେଇଥିଲା। ମାତ୍ର ଓ୍ବାର୍ନର ଲେଗ୍‌ ସାଇଡ୍‌ରେ ବାହାରକୁ ବାହାରି ମିଡ୍‌ ଉଇକେଟ ଅଞ୍ଚଳରେ ଏକ ଛକା ଲଗାଇଥିଲେ। ଦୁଇ ଥର ଡ୍ରପ୍‌ ହୋଇଥିବାରୁ ବଲକୁ ନୋ ବଲ ଦିଆଯାଇଥିଲା। ଏଥିଯୋଗୁ ୧୭୭ ରନ୍‌ର ଟାର୍ଗେଟ ପିଛା କରୁଥିବା ଅଷ୍ଟ୍ରେଲିଆ ଉକ୍ତ ଓଭରରେ ୧୩ ରନ୍‌ ସଂଗ୍ରହ କରିପାରିଥିଲା।

”ଓ୍ବାର୍ନରଙ୍କ ଖେଳୁଆଡ଼ ମନୋଭାବ ବିରୋଧୀ କାର୍ଯ୍ୟ ଅତ୍ୟନ୍ତ ଦୁଃଖଦାୟକ ଓ ଲଜ୍ଜାଜନକ“ ଟୁଇଟ୍‌ କରିବା ସହ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଟ୍ୟାଗ କରି ତାଙ୍କ ପ୍ରତିକ୍ରିୟା ମାଗିଥିଲେ ଗମ୍ଭୀର। ଏହି ଟୁଇଟ୍‌ ଜରିଆରେ ପୂର୍ବତନ ଓପନର ଦର୍ଶାଇବାକୁ ଉଦ୍ୟମ କରିଛନ୍ତି ଯେ, ହାଫିଜଙ୍କ ହାତରୁ ଖସି ଯାଇଥିବା ବଲକୁ ଓ୍ବାର୍ନର ଛାଡ଼ିବା ଉଚିତ ଥିଲା। କିନ୍ତୁ ଅଷ୍ଟ୍ରେଲିଆନ ଓପନରଙ୍କ ଶଟ୍‌କୁ ପ୍ରଶଂସା କରିଛନ୍ତି ଅଶ୍ୱିନ। ”ନିଶ୍ଚିତ ଭାବେ ଏହା ଏକ ଚମତ୍କାର ଶଟ୍‌ ଥିଲା“ ବୋଲି ଅଶ୍ୱିନ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri