Posted inଖେଳ

ବାଂଲାଦେଶରୁ ୟୁଏଇକୁ ସ୍ଥାନାନ୍ତର ହେଲା ଟି୨୦ ବିଶ୍ୱକପ

ଦୁବାଇ,୨୦ା୮:ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ମହିଳା ଟି୨୦ କ୍ରିକେଟ ବିଶ୍ୱକପକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି)। ଦେଶରେ ହିଂସାକାଣ୍ଡ ଚରମ ସୀମାରେ ପହଞ୍ଚିଥିବା ବେଳେ ବିଶ୍ୱକପକୁ ୟୁଏଇକୁ ସ୍ଥାନାନ୍ତର କରି ଦିଆଯାଇଛି। ଅକ୍ଟୋବର ୩ରୁ ୨୦ ତାରିଖ ମଧ୍ୟରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ୍‌ ବର୍ତ୍ତମାନ ଦୁବାଇ ଓ ସାରଜାରେ ଖେଳୋଯିବ। ଆଇସିସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଓଫ୍‌ ଆଲାର୍ଡିସ୍‌ ବିଶ୍ୱକପ ସ୍ଥାନାନ୍ତର ସମ୍ପର୍କରେ ଘୋଷଣା କରିଛନ୍ତି।

ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ଏକ ଚମତ୍କାର ଇଭେଣ୍ଟ ଆୟୋଜନ କରିଥାନ୍ତା ଏହା ନିଃସନ୍ଦେହ। ମାତ୍ର ନୂତନ ସରକାରଙ୍କ ପକ୍ଷରୁ ଅନେକ ଦେଶ ଉପରେ ଯାତ୍ରା କରିବା ପାଇଁ ସର୍ତ୍ତ ଲାଗୁ କରାଯାଇଛି। ଏହା ଟୁର୍ନାମେଣ୍ଟକୁ ସୂଚାରୁ ଭାବରେ ପରିଚାଳନା କରିବାରେ ବାଧା ସୃଷ୍ଟି କରିଥିଲା। ଫଳସ୍ବରୂପ ଅନ୍ୟ ସମସ୍ତ ବିକଳ୍ପ ଉପରେ ବିଚାର କରାଯାଇ ଟୁର୍ନାମେଣ୍ଟ ୟୁଏଇକୁ ସ୍ଥାନାନ୍ତର କରାଗଲା। ବାଂଲାଦେଶ ଆଧିକାରିକ ଭାବରେ ଆୟୋଜକ ରହିଲେ ମଧ୍ୟ ଏମିରେଟ୍ସ କ୍ରିକେଟ ବୋର୍ଡ ଏହାକୁ ଆୟୋଜନ କରିବ। ଆଗାମୀ ଦିନରେ ବାଂଲାଦେଶରେ ସ୍ଥିତି ସୁଧୁରିବା ପରେ ଅନ୍ୟ ଏକ ବଡ ଟୁର୍ନାମେଣ୍ଟ ଆୟୋଜନ କରାଯିବ ବୋଲି ଆଇସିସି ପ୍ରକାଶ କରିଛି।

ହିଂସା ଓ ସରକାରରେ ଅସ୍ଥିରତା କାରଣରୁ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଦେଶ ଛାଡି ପଳାୟନ କରିଥିବା ବେଳେ ଦେଶର ଆଇନ ଶୃଙ୍ଖଳା ଉପରେ ଏହାର ଗଭୀର ପ୍ରଭାବ ପଡିଛି। ବାଂଲାଦେଶ କ୍ରିକେଟ ବୋର୍ଡ ମୁଖ୍ୟ ନଜମୁଲ ହସନଙ୍କୁ ପଦ ଛାଡିବା ପାଇଁ କୁହାଯାଇଥିବା ବେଳେ ଚେୟରମ୍ୟାନ୍‌(ଅପରେସନ୍ସ) ଜଲାଲ ୟୁନୁସ ସୋମବାର ପଦରୁ ଇସ୍ତଫା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri