Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ନିଜ ଦଳ ବାଛିଲେ ଗାଭାସ୍କର: ବଡ଼ ବଡ଼ ଖେଳାଳିଙ୍କୁ ଦେଲେ ବାଦ୍‌

ନୂଆଦିଲ୍ଲୀ,୮।୯: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ପାଇଁ ବୁଧବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯିବ। ଦଳ ଘୋଷଣା ପୂର୍ବରୁ ଏହା କୁହାଯାଉଛି ଯେ, ଏଥିରେ ୧୩-୧୫ ଭାରତୀୟ ଖେଳାଳିଙ୍କ ସ୍ଥାନ ନିଶ୍ଚିତ ହୋଇଥିବାବେଳେ କେବଳ କିଛି ନାମ ଉପରେ ଆଲୋଚନା କରାଯାଉଛି। ଦଳ ଘୋଷଣା ପୂର୍ବରୁ ଅନେକ ଭେଟେରାନ ଏବଂ ପ୍ରଶଂସକ ମଧ୍ୟ ଟି-୨୦ ବିଶ୍ୱକପ ଦଳ ପାଇଁ ପରାମର୍ଶ ଦେଇଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ତାଙ୍କ ଦଳ ବାଛିଛନ୍ତି, କିନ୍ତୁ ତାଙ୍କ ଦଳ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଟି -୨୦ ବିଶ୍ୱକପ ପାଇଁ ମନୋନୀତ ହୋଇଥିବା ଭାରତୀୟ ଦଳରେ ସୁନୀଲ ଗାଭାସ୍କର କେଏଲ ରାହୁଲଙ୍କୁ ଓପନର୍‌ ଭାବେ ଚୟନ କରିନାହାଁନ୍ତି। ରୋହିତ ଶର୍ମାଙ୍କ ଓପନିଂ ପାର୍ଟନର ପାଇଁ ସେ ଅନ୍ୟ ଜଣେ ଖେଳାଳିଙ୍କ ନାମ ପରାମର୍ଶ ଦେଇଛନ୍ତି। ଏଥି ସହିତ, ଶିଖର ଧାୱନ ଏବଂ ଶ୍ରେୟାସ ଆୟର ସୁନୀଲ ଗାଭାସ୍କରଙ୍କ ଏହି ୧୫ ସଦସ୍ୟ ବିଶିଷ୍ଟ ଦଳରେ ସ୍ଥାନ ପାଇପାରି ନାହାଁନ୍ତି।
କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଖେଳର ସ୍ମାର୍ଟ ବିଶ୍ଳେଷକ ପାଇଁ ଜଣାଶୁଣା। ଏଥି ସହିତ ସେ କେଏଲ ରାହୁଲଙ୍କୁ ଦଳର ଓପନର୍‌ ଭାବରେ ଚୟନ ନ କରି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ସେ ରୋହିତ ଶର୍ମାଙ୍କ ସହ ଭାରତ ଅଧିନାୟକ ବିରାଟ କୋହଲିଙ୍କୁ ଓପନିଂ ପାର୍ଟନର ଭାବରେ ଚୟନ କରି କେଏଲ ରାହୁଲଙ୍କୁ ୪ ନମ୍ବର ବ୍ୟାଟ୍ସମ୍ୟାନ ଭାବରେ ରଖିଛନ୍ତି।
ଗାଭାସ୍କର ଚୟନ କରିଥିବା ଭାରତୀୟ ଦଳ
ବ୍ୟାଟ୍ସମ୍ୟାନ: ରୋହିତ ଶର୍ମା, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ
ଉଇକେଟ କିପର: କେ.ଏଲ ରାହୁଲ, ରିଷଭ ପନ୍ତ
ଅଲରାଉଣ୍ଡର: ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, କ୍ରୁନାଲ ପାଣ୍ଡ୍ୟା, ୱାଶିଂଟନ ସୁନ୍ଦର
ଦ୍ରୁତ ବୋଲର: ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ଭୁବନେଶ୍ୱର କୁମାର, ଶାର୍ଦ୍ଦୁଲ ଠାକୁର, ଦୀପକ ଚହର
ସ୍ପିନର: ୟୁଜବେନ୍ଦ୍ର ଚହଲ


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri