Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ନିଜ ଦଳ ବାଛିଲେ ଗାଭାସ୍କର: ବଡ଼ ବଡ଼ ଖେଳାଳିଙ୍କୁ ଦେଲେ ବାଦ୍‌

ନୂଆଦିଲ୍ଲୀ,୮।୯: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ପାଇଁ ବୁଧବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯିବ। ଦଳ ଘୋଷଣା ପୂର୍ବରୁ ଏହା କୁହାଯାଉଛି ଯେ, ଏଥିରେ ୧୩-୧୫ ଭାରତୀୟ ଖେଳାଳିଙ୍କ ସ୍ଥାନ ନିଶ୍ଚିତ ହୋଇଥିବାବେଳେ କେବଳ କିଛି ନାମ ଉପରେ ଆଲୋଚନା କରାଯାଉଛି। ଦଳ ଘୋଷଣା ପୂର୍ବରୁ ଅନେକ ଭେଟେରାନ ଏବଂ ପ୍ରଶଂସକ ମଧ୍ୟ ଟି-୨୦ ବିଶ୍ୱକପ ଦଳ ପାଇଁ ପରାମର୍ଶ ଦେଇଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ତାଙ୍କ ଦଳ ବାଛିଛନ୍ତି, କିନ୍ତୁ ତାଙ୍କ ଦଳ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଟି -୨୦ ବିଶ୍ୱକପ ପାଇଁ ମନୋନୀତ ହୋଇଥିବା ଭାରତୀୟ ଦଳରେ ସୁନୀଲ ଗାଭାସ୍କର କେଏଲ ରାହୁଲଙ୍କୁ ଓପନର୍‌ ଭାବେ ଚୟନ କରିନାହାଁନ୍ତି। ରୋହିତ ଶର୍ମାଙ୍କ ଓପନିଂ ପାର୍ଟନର ପାଇଁ ସେ ଅନ୍ୟ ଜଣେ ଖେଳାଳିଙ୍କ ନାମ ପରାମର୍ଶ ଦେଇଛନ୍ତି। ଏଥି ସହିତ, ଶିଖର ଧାୱନ ଏବଂ ଶ୍ରେୟାସ ଆୟର ସୁନୀଲ ଗାଭାସ୍କରଙ୍କ ଏହି ୧୫ ସଦସ୍ୟ ବିଶିଷ୍ଟ ଦଳରେ ସ୍ଥାନ ପାଇପାରି ନାହାଁନ୍ତି।
କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଖେଳର ସ୍ମାର୍ଟ ବିଶ୍ଳେଷକ ପାଇଁ ଜଣାଶୁଣା। ଏଥି ସହିତ ସେ କେଏଲ ରାହୁଲଙ୍କୁ ଦଳର ଓପନର୍‌ ଭାବରେ ଚୟନ ନ କରି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ସେ ରୋହିତ ଶର୍ମାଙ୍କ ସହ ଭାରତ ଅଧିନାୟକ ବିରାଟ କୋହଲିଙ୍କୁ ଓପନିଂ ପାର୍ଟନର ଭାବରେ ଚୟନ କରି କେଏଲ ରାହୁଲଙ୍କୁ ୪ ନମ୍ବର ବ୍ୟାଟ୍ସମ୍ୟାନ ଭାବରେ ରଖିଛନ୍ତି।
ଗାଭାସ୍କର ଚୟନ କରିଥିବା ଭାରତୀୟ ଦଳ
ବ୍ୟାଟ୍ସମ୍ୟାନ: ରୋହିତ ଶର୍ମା, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ
ଉଇକେଟ କିପର: କେ.ଏଲ ରାହୁଲ, ରିଷଭ ପନ୍ତ
ଅଲରାଉଣ୍ଡର: ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, କ୍ରୁନାଲ ପାଣ୍ଡ୍ୟା, ୱାଶିଂଟନ ସୁନ୍ଦର
ଦ୍ରୁତ ବୋଲର: ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ଭୁବନେଶ୍ୱର କୁମାର, ଶାର୍ଦ୍ଦୁଲ ଠାକୁର, ଦୀପକ ଚହର
ସ୍ପିନର: ୟୁଜବେନ୍ଦ୍ର ଚହଲ


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?