Posted inଖେଳ

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ ଏକାଡେମୀରେ ଖେଳାଯାଇଥିବା ଶେଷ ୱାର୍ମ-ଅପ୍ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ୩୦ ରନରେ ପରାସ୍ତ କରି ବିରୋଧୀ ଦଳଙ୍କୁ ଏକ ବଡ଼ ଚେତାବନୀ ଦେଇଛି।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୨୪୦ ରନର ଏକ ବିଶାଳ ସ୍କୋର ଛିଡ଼ା କରିଥିଲା। ଭାରତ ପକ୍ଷରୁ ଇଶାନ କିଷାନ ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୨୦ ବଲରେ ୨ଟି ଚୌକା ଓ ୭ଟି ଛକା ସହାୟତାରେ ୫୩ ରନ କରି ‘ରିଟାୟର୍ଡ ଆଉଟ୍’ ହୋଇଥିଲେ। ତାଙ୍କର ଷ୍ଟ୍ରାଇକ୍ ରେଟ୍ ୨୬୫ ରହିଥିଲା। ତାଙ୍କ ବ୍ୟତୀତ ତିଲକ ବର୍ମା ମଧ୍ୟ ଚମତ୍କାର ପ୍ରଦର୍ଶନ କରି ୧୯ ବଲରେ ୪୫ ରନ (୩ ଚୌକା, ୩ ଛକା) ସଂଗ୍ରହ କରିଥିଲେ। ଅଲରାଉଣ୍ଡର ଅକ୍ଷର ପଟେଲ ୩୫ ରନର ଏକ ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ମାର୍କୋ ୟାନସେନ, କର୍ବିନ ବଶ୍, ଏନରିକ ନୋର୍ଟଜେ ଏବଂ କ୍ୱେନା ମଫାକା ପ୍ରତ୍ୟେକ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

୨୪୧ ରନର ବିଶାଳ ଲକ୍ଷ୍ୟକୁ ପିଛା କରୁଥିବା ଦକ୍ଷିଣ ଆଫ୍ରିକା ଦଳ ୨୦ ଓଭରରେ ୭ ୱିକେଟ୍ ହରାଇ ମାତ୍ର ୨୧୦ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଟ୍ରିଷ୍ଟନ ଷ୍ଟବ୍ସ ୨୧ ବଲରେ ୪୫ ରନ ଏବଂ ୱିକେଟ୍ କିପର ରିଆନ୍ ରିକେଲଟନ୍ ୪୪ ରନ କରିଥିଲେ ମଧ୍ୟ ଦଳକୁ ବିଜୟୀ କରାଇପାରିନଥିଲେ।

ସୂଚନାଯୋଗ୍ୟ ଯେ, ଫେବୃଆରୀ ୭ ତାରିଖ ଶନିବାରଠାରୁ ଟି୨୦ ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ସେହିପରି ଭାରତୀୟ ଦଳ ସେହି ଦିନ ହିଁ ୱାଙ୍ଖେଡେ ଷ୍ଟାଡିୟମରେ ୟୁଏସଏ (USA) ବିପକ୍ଷରେ ନିଜର ପ୍ରଥମ ମ୍ୟାଚ୍ ଖେଳି ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri