‘ଲୁପ ଲପେଟା’ରେ ତାପସୀଙ୍କ ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଜଣେ ଏମିତି କଳାକାର ଯେ ସବୁବେଳେ କିଛି ନା କିଛି ଭିନ୍ନ ଚରିତ୍ରରେ ନଜର ଆସିବାକୁ ପସନ୍ଦ କରିଥାଆନ୍ତି । ସେଥିପାଇଁ ଏବେ ବଲିଉଡ୍‌ରେ ତାଙ୍କର ରହିଛି ଏକ ଭିନ୍ନ ପରିଚୟ । ‘ପିଙ୍କ’ଠାରୁ ଆରମ୍ଭ କରି ‘ଥପ୍ପଡ’ ପର୍ଯ୍ୟନ୍ତ ସବୁଥିରେ ତାଙ୍କୁ ଭିନ୍ନ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିଛି । ଏବେ ସେ ତାଙ୍କର ନୂଆ ଫିଲ୍ମ ‘ଲୁପ ଲପେଟା’କୁ ନେଇ ଅଛନ୍ତି ଚର୍ଚ୍ଚାରେ । ନିକଟରେ ଏହି ଫିଲ୍ମରେ ତାଙ୍କର ଫାଷ୍ଟ ଲୁକ୍ ରିିଲିଜ୍ ହୋଇଛି । ଏହା ଏକ କମେଡି-ଥ୍ରିଲର ଫିଲ୍ମ । ଏଥିରେ ତାପସୀ ତାଙ୍କର ଫାଷ୍ଟ ଲୁକ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହାକୁ ଦେଖିବା ପରେ ତାଙ୍କର ପ୍ରଶଂସକମାନେ ରିଆକ୍ସନ ବି ଦେବା ଆରମ୍ଭ କରି ଦେଇଛନ୍ତି । ଫାଷ୍ଟ ଲୁକ୍ ଶେୟାର କରିବା ସହ ତାପସୀ ଫିଲ୍ମର କାହାଣୀ ବିଷୟରେ ମଧ୍ୟ ସାମାନ୍ୟ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ‘ଲୁପ ଲପେଟା’ ୧୯୯୮ରେ ରିଲିଜ୍ ହୋଇଥିବା ଜର୍ମାନୀର ସୁପରହିଟ୍ କ୍ଲାସିକ କଲ୍ଟ ଫିଲ୍ମ ‘ରନ ଲୋଲା ରନ’ର ହିନ୍ଦୀ ରିମେକ । ଏହାର ନିର୍ଦ୍ଦେଶନା ଟମ ଟାଇକର ଦେଇଥିଲେ । ଏବେ ‘ଲୁପ ଲପେଟା’ର ନିର୍ଦ୍ଦେଶନା ଦେଇଛନ୍ତି ଆକାଶ ଭାଟିଆ । ଏହାର ଶୁଟିଂ ଗୋଆରେ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri