ବିଜେଡି ବିଜୟ ଉତ୍ସବ ବେଳେ ଭାଜପା କର୍ମୀଙ୍କୁ ଛୁରାମାଡ଼

ସମ୍ବଲପୁର,୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ବିଜୟୀ ହେବା ପରେ ବିଭିନ୍ନ ସ୍ଥାନରେ ସମର୍ଥକ, ଦଳୀୟ କର୍ମୀମାନେ ବିଜୟ ଉତ୍ସବ ମନାଇଥିଲେ। ଝାରସୁଗୁଡ଼ା ଜିଲା ବଡମାଲ ଥାନା ଶ୍ରୀପୁରା ଗ୍ରାମରେ ଶନିବାର ବିଜୟ ଉତ୍ସବ ସମୟରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ବିଜେଡି କର୍ମୀମାନେ ଭାଜପାର ଶ୍ରୀପୁରା ପଞ୍ଚାୟତ ସଭାପତି ସୁବ୍ରତ ପ୍ରଧାନଙ୍କୁ ଗଁା ଦାଣ୍ଡରେ ସର୍ବସମ୍ମୁଖରେ ଗୋଡାଇ ଗୋଡାଇ ଛୁରିରେ ଆକ୍ରମଣ କରିଥିଲେ। ଫଳରେ ସୁବ୍ରତ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ସୁବ୍ରତଙ୍କ କହିବା ଅନୁସାରେ, ବିଜେଡି କର୍ମୀମାନେ ବିଜୟ ଉତ୍ସବ ପାଳନ କରିବାରେ କୌଣସି ସମସ୍ୟା ନାହିଁ। ହେଲେ ଆମ ପଡାକୁ ଆସି ଘର ପାଖରେ ବାଣ ଫୁଟାଇବାକୁ ପଡ଼ାବାସୀ ବିରୋଧ କରିଥିଲେ। ଏଥିରେ ସେମାନେ ଉତ୍ତେଜିତ ହୋଇ ମାର୍‌ପିଟ କରିଥିଲେ। ଗଣ୍ଡଗୋଳ ଖବର ପାଇ ମୁଁ ସେଠାରେ ପହଞ୍ଚିଥିଲି। ପହଞ୍ଚତ୍ବା ମାତ୍ରେ ସେମାନେ ମୋତେ ଛୁରିରେ ଆକ୍ରମଣ କରିଥିଲେ। ଆକ୍ରୋଶ ରଖି ସଂଘବଦ୍ଧ ଭାବେ ଏଭଳି କାଣ୍ଡ ଭିଆଇଥିଲେ। ଏହାକୁ ନେଇ ଥାନାରେ ଅଭିଯୋଗ କରିଥିବା କହିଥିଲେ। ଅନ୍ୟପଟେ ମାର୍‌ପିଟ ଓ ଛୁରାମାଡ କରୁଥିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଭିଡିଓରେ ଜଣେ ଯୁବକ ହାତରେ ଛୁରି ଧରି ସୁବ୍ରତଙ୍କୁ ଆକ୍ରମଣ କରୁଛନ୍ତି। ଅନେକ ମହିଳା ଓ ଯୁବକ ଉପସ୍ଥିତ ଥିବାବେଳେ କେତେଜଣ ଅଭଦ୍ର ଭାଷାରେ ଗାଳିଗୁଲଜ କରୁଛନ୍ତି। ଅନ୍ୟ କେତେଜଣ ସମାଧାନ କରୁଥିବା ଭିଡିଓରେ ରେକର୍ଡ ରହିଛି। ଏ ସମ୍ପର୍କରେ ସଦର ଏସ୍‌ଡିପିଓ ନିର୍ମଳ ମହାପାତ୍ର କହିଛନ୍ତି, ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ା ଏହାକୁ ନେଇ ବଡମାଲ ଥାନାରେ ମାମଲା ରୁଜୁ ହୋଇଛି। ବିଜେଡି କର୍ମୀଙ୍କ ପାଲଟା ଅଭିଯୋଗକ୍ରମେ ମାମଲା ରୁଜୁ ହୋଇଛି ବୋଲି ସେ କହିଥିଲେ। ବଡମାଲ ଥାନା ଅଧିକାରୀ ରାଜେନ୍ଦ୍ର ସିଆଲ କହିଛନ୍ତି, ବିଜୟ ଉତ୍ସବ ସମୟରେ ଗଣ୍ଡାଗୋଳ ହୋଇଥିଲା। ଗ୍ରାମର ଅମିତ ପାଣିଗ୍ରାହୀଙ୍କ ଅଭିଯୋଗ କ୍ରମେ ସୁବ୍ରତ ପ୍ରଧାନ ଓ ଲଳିତ ରୋହିଦାସଙ୍କ ନାମରେ ଥାନାରେ ମାମଲା (ନଂ.୧୪୪/୨୩) ରୁଜୁ ହୋଇଛି। ସେହିପରି ରମାକାନ୍ତ ରୋହିଦାସଙ୍କ ଅଭିଯୋଗ କ୍ରମେ ଭୂବେନ୍ଦ୍ର ତ୍ରିପାଠୀ ଓ ରାଜା ପାଣିଗ୍ରାହୀଙ୍କ ନାମରେ ମାମଲା (ନଂ.୧୪୫/୨୩) ରୁଜୁ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri