ଟେବୁଲ ଟେନିସ୍‌: ଜାତୀୟସ୍ତରକୁ ମନୋନୀତ ହେଲେ ଅଭିଷେକ

ପଟ୍ଟାଙ୍ଗି,୪।୧୧(ଶରତ ଧଳ): ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଖେଳ ଶିକ୍ଷକଙ୍କ ମାର୍ଗଦର୍ଶନ ଯୋଗୁ ବ୍ଲକରୁ ଜିଲା ଏବଂ ପୁଣି ଏବେ ଜାତୀୟସ୍ତରରେ ପହଞ୍ଚିବା ସମ୍ଭବ ହୋଇପାରିଛି ବୋଲି ଜିଲାସ୍ତରୀୟ ଟେବୁଲ ଟେନିସ ଖେଳରେ ଭାଗ ନେଇ କୃତିତ୍ୱ ହାସଲ କରିଥିବା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ନବମ ଶ୍ରେଣୀ ଛାତ୍ର ଅଭିଷେକ ଦୋରା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ପୁକାଲି ନୋଡ଼ାଲ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ର ଅଭିଷେକ ଦୋରା, ଶଙ୍କର ଲିୟା ଓ ନାଗେଶ ପାମିୟା ପ୍ରମୁଖ ଦାମନଯୋଡିରେ ହୋଇଥିବା ଜିଲାସ୍ତରୀୟ ଟେବୁଲ ଟେନିସ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ। ପରେ ଗତ ୨ରୁ ୪ ତାରିଖରେ ବଲାଙ୍ଗୀରରେ ହୋଇଥିବା ରାଜ୍ୟସ୍ତରୀୟ ଟେବୁଲ ଟେନିସ ପ୍ରତିଯୋଗୀତାରେ ଭାଗ ନେଇ ସଫଳତା ଅର୍ଜନ କରିଛନ୍ତି। ବର୍ତ୍ତମାନ ନଭେମ୍ବର ତୃତୀୟ ସପ୍ତାହରେ ଦାମନଡିୟୁରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବାକୁ ଅଭିଷେକ ମନୋନୀତ ହୋଇଛନ୍ତି।

ଏହାକୁ ନେଇ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏପରିକି ବିଭିନ୍ନ ମହଲରେ ଅଭିଷେକଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଆସନ୍ତା ତୃତୀୟ ସପ୍ତାହରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗୀତା ପାଇଁ ଅଭିଷେକ ପ୍ରାକ୍ଟସ୍‌କୁ ଗୁରୁତ୍ୱ ଦେଇଛନ୍ତି। ଟେବୁଲ ଟେନିସର ରାଜ୍ୟ ଅଧିକାରୀ ଚନ୍ଦ୍ରଶେଖର ପଟ୍ଟନାୟକ ଏବଂ ବିଦ୍ୟାଳୟର ଖେଳ ଶିକ୍ଷକ ଅର୍ଜୁନ ଦାସଙ୍କ ନେତୃତ୍ୱରେ ଅଭିଷକ ପ୍ରସ୍ତୁତିକୁ ଜୋରଦାର କରୁଛନ୍ତି। ଅଭିଷେକଙ୍କ ଜାତୀୟସ୍ତରକୁ ମନୋନୀତ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ଦୀପଶିଖା ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri