Posted inଖେଳ

ରାଜସ୍ଥାନ ପକ୍ଷରୁ ଡେବ୍ୟୁ କଲେ ବିଶ୍ୱର ନମ୍ବର-୧ ବୋଲର୍‌; ଅଡୁଆରେ ପଡ଼ିବ କି ଦିଲ୍ଲୀ…

ଆବୁଧାବି,୨୫।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ୍‌ ଶନିବାର ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ପର୍ଯ୍ୟାୟରେ ରାଜସ୍ଥାନର ଏହା ଦ୍ୱିତୀୟ ମ୍ୟାଚ୍‌ ହୋଇଥିବା ବେଳେ ଦଳ ପ୍ରଥମ ମୁକାବିଲା ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଖେଳିଥିଲା। ଏଥିରେ ଦଳ ୨ ରନ୍‌ରେ ବିଜେତା ହୋଇଥିଲା। ଦିଲ୍ଲୀ ବିପକ୍ଷ ମ୍ୟାଚ୍‌ରେ ଦଳ ମଜଭୂତ ସ୍ଥିତିରେ ପଡ଼ିଆକୁ ଓହ୍ଲାଇଛି। ରାଜସ୍ଥାନ ନିଜର ଏକାଦଶରେ ପରିବର୍ତ୍ତନ କରିଛି। ଦକ୍ଷିଣ ଆଫ୍ରିକାର ତାରକା ସ୍ପିନର ତାବ୍ରେଜ୍‌ ଶାମସି ରାଜସ୍ଥାନ ପାଇଁ ଡେବ୍ୟୁ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ତାଙ୍କୁ ରାଜସ୍ଥାନ ଦଳରେ ସାମିଲ କରାଯାଇଥିଲା।

ତେବେ ଶାମସୀ ହେଉଛନ୍ତି ବିଶ୍ୱର ଏକ ନମ୍ବର ଟି-୨୦ ବୋଲର। ସେ ୭୭୫ ରେଟିଂ ପଏଣ୍ଟ ସହ ଆଇସିସି ଟି-୨୦ ବୋଲର ମାନ୍ୟତାର ଶୀର୍ଷରେ ଅଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜରେ ଦକ୍ଷିଣ ଆଫ୍ରିକା ପାଇଁ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ବାମହାତୀ ଲେଗ-ସ୍ପିନର ୩୯ ଟି-୨୦ ମ୍ୟାଚ୍‌ରେ ୪୫ ଉଇକେଟ ନେଇଛନ୍ତି। ବିଶେଷକରି ଉଇକେଟ ନେବା ପରେ ଶାମସୀଙ୍କ ନିଆରା ଷ୍ଟାଇଲ ଦେଖିବାକୁ ମିଳେ। ଏହାକୁ ନେଇ ସେ ଚର୍ଚ୍ଚାରେ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri