ଟାଏକୋଣ୍ଡୋରେ ୧୮ ସ୍ବର୍ଣ୍ଣ, ୭ ରୌପ୍ୟ, ୫ ବ୍ରୋଞ୍ଜ ପଦକ ହାସଲ

ଛତ୍ରପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଟାଏକୋଣ୍ଡୋ କ୍ରୀଡାବିତ୍‌ମାନେ ଆନ୍ତର୍ଜାତିକ ସ୍ତରରେ ପ୍ରଭାବଶାଳୀ ପ୍ରଦର୍ଶନ କରିଛନ୍ତି। ଛତ୍ରପୁରସ୍ଥିତ କେଏମ୍‌ପି ସ୍ପୋଟର୍‌ସ ଏକାଡେମୀର ମୁଖ୍ୟ ପ୍ରଶିକ୍ଷକ ତଥା ୫ମ ଡାନ୍‌ ବ୍ଲାକ ବେଲ୍ଟଧାରୀ ଆନ୍ତର୍ଜାତିକ କୋଚ ତଥା ରେଫରୀ କେ. ମନୋଜ ପ୍ରଧାନଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନ ଯୋଗୁ ଏକାଡେମୀର ୩୦ ଛାତ୍ରୀଛାତ୍ର ଥାଇଲାଣ୍ଡରେ ଆୟୋଜିତ ଆନ୍ତର୍ଜାତିକ ପ୍ରତିଯୋଗିତାରେ ଆଭାସୀ ମାଧ୍ୟମରେ ଅଂଶ ଗ୍ରହଣ କରି ୧୮ ସ୍ବର୍ଣ୍ଣ, ୭ ରୌପ୍ୟ ଓ ୫ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗଞ୍ଜାମ ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ଆଭାସୀ ପ୍ରତିଯୋଗିତା ନିମନ୍ତେ ସମସ୍ତ ବୈଷୟିକ ଜ୍ଞାନକୌଶଳର ବନ୍ଦୋବସ୍ତ କରାଯାଇଥିଲା। ଡାକ ଯୋଗେ ପଦକଗୁଡ଼ିକ ପହଞ୍ଚତ୍ବା ପରେ ଶନିବାର ସନ୍ଧ୍ୟାରେ ଛତ୍ରପୁର ଲକ୍ଷ୍ମଣ ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କୃତୀ ପ୍ରତିଯୋଗୀମାନଙ୍କୁ ତାହା ବଣ୍ଟନ କରାଯାଇଥିଲା। ଗଞ୍ଜାମ ଜିଲା ଟାଏକୋଣ୍ଡୋ ସଂଘ ସଭାପତି ଶ୍ରୀକାନ୍ତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ପଦକ ବଣ୍ଟନ କରିଥିଲେ। ଏନ୍‌ଆଇଏସ୍‌ ତାଲିମପ୍ରାପ୍ତ ଜାତୀୟ ସ୍ତରର କୋଚ ଇ. ଲଳିତ କୁମାର ଓ ସି. ଏଚ. ପ୍ରସାଦ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବରିଷ୍ଠ କ୍ରୀଡ଼ାବିତ୍‌ ରୁଦ୍ର ନାରାୟଣ ବେହେରା, ପୀୟୂଷ ପ୍ରସାଦ ଷଡ଼ଙ୍ଗୀ, ମିଲୁ ମହାପାତ୍ର ଓ ପି. ଅଭିମନ୍ୟୁ ରେଡ୍ଡୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?