ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ ବିସ୍ଫୋରଣ ହେବାପରେ ଅଗ୍ନିକାଣ୍ଡ ଘଟିଛି । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି…
ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଆହତ ଜଣକ ହେଲେ ପି. ଗୁନି…
ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ ଟାରେ ଠେଲାପେଲାକୁ ନେଇ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ…
ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…
ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତି ରେ ଆସୁଥିବା ଏକ ବାଇକ୍ ଧକ୍କାରେ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର ଜଣେ ୨୮ ବର୍ଷୀୟା ଯୁବତୀଙ୍କ ସହ ଇନଷ୍ଟାଗ୍ରାମରେ ବନ୍ଧୁତା କରିଥିଲେ । ପରେ…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ ଘର ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଗ୍ରାମର ଉଆଳି ଗୌଡ଼ଙ୍କ ୨ଟି ବଳଦ…
ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ ଗ୍ରାମରେ ଗତ ୧୯୫୮ ମସିହାରୁ ସ୍ଥାପିତ ହୋଇଥିବା ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକା…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭାଜପା ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ମନ୍ତ୍ରୀ ଗଜପତି…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସଭାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସଂଯୋଜନା କରିଥିଲେ। ଏନଏସି ଅଧ୍ୟକ୍ଷ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏହି ଦୁଃଖଦ ଘଟଣା ଘଟିଛି…
ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଏକ ପଥର ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି ୦୭ ଇ-୦୭୦୯)…
ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା ପୋଲିସ । ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପାଟପୁର ପୋଲିସ ରବିବାର ସକାଳେ…

