ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ
ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ ହେଁ ଏହାର କାର୍ଯ୍ୟପ୍ରଣାଳୀକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ଘଟଣାସ୍ଥଳକୁ…
ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…
ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତ ବନ୍ଦ ହେବାରୁ ବାଧ୍ୟ ହୋଇ…
ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ
ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦ ଟଙ୍କା ଲୁଟ୍ କରାଯାଇଥିବା ଘଟଣାରେ କେ.ନୂଆଗାଁ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି…
ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରୀଛାତ୍ର ପୁରସ୍କୃତ
ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଶାମୁକ୍ତ…
ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ ୮,୬୧୦ ଟଙ୍କା ଏବଂ ବିଦ୍ୟୁତ କେବୁଲ ତାର ଜବତ କରାଯାଇଛି। ଗତ ୧୦…
ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ ଦାବି ଜୋର ଧରିଛି। ଏନେଇ ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ରଙ୍କ ନେତୃତ୍ୱରେ…
ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ
ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ବିଶାଳ ବାଇକ୍ ରାଲି ଷଡ଼ଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ବାହାରି ଗେଡ଼ମା…
ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…
ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରୁ ଏହି ଶୋଭାଯାତ୍ରା ବାହାରି ପାଟଣା ବଜାର ପରିକ୍ରମା କରିବା…
ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା ପୂର୍ବାହ୍ନରେ ନିଜ ଘରେ ରୋଷେଇ କରୁଥିବା ସମୟରେ ହଠାତ୍ ରନ୍ଧନ ଗ୍ୟାସ ଲିକ…
ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…
ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ଖରିଫ୍ ଋତୁରେ ଧାନକିଣା ପାଇଁ ରାଜ୍ୟରେ…
ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍ ଗଲେ ୩ ଅଭିଯୁକ୍ତ
ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବନ୍ୟଜନ୍ତୁମାନଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା ନିମନ୍ତେ ବନ…
ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା
ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ସେ…

