Tag Archives: Local News

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଆବଶ୍ୟକୀୟ ‘ଟୋକନ୍’ ମିଳି…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ ସମୟରେ ଚଢ଼ାଉ କରାଯାଇ ଜବତ ହୋଇଥିବା ପ୍ରାୟ ୩,୧୧୬ କିଲୋଗ୍ରାମ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଧଳା ରଙ୍ଗର ଟାଟା ଇଣ୍ଡିଗୋ କାର୍ (OD 02 R 9002)…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌ ମାମଲାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ପକ୍ଷରୁ ସହରରେ ବିଭିନ୍ନ ପ୍ରକାର ସମାଜସେବା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା।…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଟୋକନ ପାଇ ନଥିବା ଯୋଗୁ…

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣାଟି ଗଞ୍ଜାମ ଥାନା ଅଧୀନ ଦୁର୍ଗାଦେବୀ ସାହିରେ ଘଟିଯାଇଛି। ମୃତ ମହିଳା ଜଣକ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?