Tag Archives: odisha government

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି।…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।  ଆସନ୍ତା ୬ ମାସ ପାଇଁ ଶକ୍ତି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସୁଆଣ୍ଡୋ ଗ୍ରାମରେ ଉତ୍କଳମଣି…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ କରାଯାଇଛି। ବରିଷ୍ଠ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗକୁ ବଦଳି କରାଯାଇଛି। ଏଥିସହ…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍‌ । ଜଣେ ତୃତୀୟ ଲିଙ୍ଗୀଙ୍କ…

ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଏନ୍‌ଓସି ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର,୧୬ା୧:(ସୁନିତ୍‌ ମିଶ୍ର):  ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍‌ସି, ଓପିଏସ୍‌ସି, ଏସ୍‌ଏସ୍‌ବି, ଓଏସ୍‌ଏସ୍‌ସି, ଓଏସ୍‌ଏସ୍‌ଏସ୍‌ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ ଆଉ ଏନ୍‌ଓସି(ନୋ ଅବ୍‌ଜେକ୍‌ଶନ ସାର୍ଟିଫିକେଟ) ଦରକାର ପଡିବ ନାହିଁ ।  ଆଗରୁ ସରକାରୀ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ…

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ,…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ  ପଦ ପୂରଣ ହେବ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା):  ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ଅବସରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri