ତହଉର ରାଣାଙ୍କ ପ୍ରତ୍ୟର୍ପଣ ପଥ ସୁଗମ

ଓ୍ବାଶିଂଟନ୍‌,୮ା୩: ୨୬/୧୧ ମୁମ୍ବାଇ ଆକ୍ରମଣର ଅନ୍ୟତମ ଅଭିଯୁକ୍ତ ତହଉର ରାଣାଙ୍କୁ ପ୍ରତ୍ୟର୍ପିତ କରି ଭାରତକୁ ଆଣିବା ଦିଗରେ ନୂଆଦିଲ୍ଲୀର ପଥ ଏକପ୍ରକାର ସୁଗମ ହୋଇଛି। ପାକିସ୍ତାନୀ ସେନାର ପୂର୍ବତନ ଡାକ୍ତର ରାଣା ନିଜ ପ୍ରତ୍ୟର୍ପଣ ବିରୋଧରେ ଆମେରିକା ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଥିଲେ। ସେଥିରେ ରାଣା ଧର୍ମ ଓ ସ୍ବାସ୍ଥ୍ୟ କାର୍ଡ ଖେଳି ଉଲ୍ଲେଖ କରିଥିଲେ, ଜଣେ ମୁସଲମାନ ହୋଇଥିବାରୁ ତାଙ୍କୁ ପ୍ରତ୍ୟର୍ପଣ କରାଗଲେ ଭାରତରେ ସେ ନିର୍ଯାତନା ସହି ନ ପାରି ପ୍ରାଣ ହରାଇବେ। ତେଣୁ ପ୍ରତ୍ୟର୍ପଣ ଉପରେ ସ୍ଥଗିତାଦେଶ ଜାରି କରାଯାଉ ବୋଲି ଗୁରୁବାର ସୁପ୍ରିମକୋର୍ଟଙ୍କୁ ନିବେଦନ କରିଥିଲେ। ଭାରତକୁ ପ୍ରତ୍ୟର୍ପଣର ଅର୍ଥ ମୃତ୍ୟୁ ଦଣ୍ଡାଦେଶ ବୋଲି ରାଣା ଉଲ୍ଲେଖ କରିଥିଲେ। ତେବେ ସୁପ୍ରିମକୋର୍ଟ ବିଚାରପତି ଆସୋସିଏଟ୍‌ ଜଷ୍ଟିସ୍‌ ଏଲେନା କଗାନ୍‌ ତାଙ୍କ ଜରୁରୀ ଆବେଦନକୁ ଖାରଜ କରିଦେଇଛନ୍ତି। ପିଟିଶନ ଖାରଜ ହେବା ପରେ ରାଣାଙ୍କ ଓକିଲ ତତ୍କାଳ ପ୍ରଧାନ ବିଚାରପତି ଜନ୍‌ ରବଟର୍‌ସଙ୍କ ନିକଟରେ ଅପିଲ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଗତମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ ବେଳେ ରାଣାଙ୍କ ପ୍ରତ୍ୟର୍ପଣ ନେଇ ତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସେଠାକାର ପରରାଷ୍ଟ୍ର ବିଭାଗ ମଧ୍ୟ ଏନେଇ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲା। ଏହି ଦୃଷ୍ଟିରୁ ରାଣାଙ୍କ ପ୍ରତ୍ୟର୍ପଣକୁ ଚିଫ୍‌ ଜଷ୍ଟିସ୍‌ ମଞ୍ଜୁରୀ ଦେଇପାରନ୍ତି ବୋଲି କୁହାଯାଉଛି।
ଯେ, ୨୦୦୮ ମୁମ୍ବାଇ ଆକ୍ରମଣରେ ୬ ଆମେରିକୀୟଙ୍କ ସମେତ ୧୭୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଆକ୍ରମଣର ଷଡ଼ଯନ୍ତ୍ରକାରୀ ଲଶ୍କର ଆତଙ୍କବାଦୀ ଡେଭିଡ୍‌ କୋଲ୍‌ମ୍ୟାନ୍‌ ହେଡ୍‌ଲିଙ୍କ ସହ ରାଣାଙ୍କ ସମ୍ପୃକ୍ତି ନେଇ ପୂର୍ବରୁ ଆମେରିକା କୋର୍ଟରେ ଦୋଷ ପ୍ରମାଣିତ ହୋଇସାରିଛି। ୨୦୦୯ରେ ଶିକାଗୋରେ ଫେଡେରୋଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ) ତାଙ୍କୁ ଗିରଫ କରିଥିଲା। ରାଣା ବର୍ତ୍ତମାନ ଲସ୍‌ଆଞ୍ଜେଲ୍ସର ମେଟ୍ରୋପଲିଟାନ୍‌ ଡିଟେନ୍ସନ ସେଣ୍ଟରରେ ବିଚାରାଧୀନ ବନ୍ଦୀ ଜୀବନ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri