ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ ଓ ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ଜଣେ ବାଇକ୍‌ ଆରୋହୀ ତେଲ ପକାଇବାକୁ ଆସିଥିଲେ। ହେଲେ ସେହି ସମୟରେ ବାଇକ ଆରୋହୀଙ୍କ ସମେତ ପେଟ୍ରୋଲ ପମ୍ପର କର୍ମଚାରୀ ମଧ୍ୟ ମାସ୍କ ପିନ୍ଧି ନ ଥିଲେ। ଯାହା ଫଳରେ ଉକ୍ତ କର୍ମଚାରୀଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିଥିଲା। ସୂଚନାଯୋଗ୍ୟ, ବୁଧବାର ତହସିଲଦାର ଅରୁଣ କୁମାର ନାୟକ ଉକ୍ତ ରାସ୍ତା ଦେଇ ଯାଉଥିବା ବେଳେ ହଠାତ୍‌ ପେଟ୍ରୋଲ ପମ୍ପରେ ବିନା ମାକ୍ସରେ ତେଲ ପକାଯାଉଥିବା ଦେଖିଥିଲେ। ଗ୍ରାହକ ଏବଂ କର୍ମଚାରୀ ମାସ୍କ ପିନ୍ଧି ନ ଥିବା ଦେଖି ତହସିଲଦାର ଉକ୍ତ ପେଟ୍ରୋଲ ପମ୍ପର କର୍ମଚାରୀଙ୍କୁ ଉଠବସ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ତହସିଲଦାରଙ୍କ ନିର୍ଦ୍ଦେଶ ପରେ କର୍ମଚାରୀ ଜଣକ ମଧ୍ୟ ଉଠବସ ହୋଇଥିଲେ। ଏହାର ଏକ ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି। ଅନ୍ୟପଟେ ଏ ସମ୍ପର୍କରେ ତହସିଲଦାର ନାୟକଙ୍କୁ ପଚାରିବାରୁ ସେ ଏହାକୁ ଖଣ୍ଡନ କରିଛନ୍ତି। ଏଥିସହ ଏହା ଏକ ଫେକ୍‌ ଭିଡିଓ ବୋଲି ତହସିଲଦାର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri